ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି । ଗଞ୍ଜେଇ ଚାଲାଣକାରୀ ଦିଗପହଣ୍ଡି ଥାନା ପୋଡାସିଙ୍ଗ ଗ୍ରାମର କେ.ବିକ୍ରମ ସୁବୁଦ୍ଧି(୨୬)ଙ୍କୁ ଜଜ୍‌ ଦୋଷୀ ସାବ୍ୟସ୍ତ କରିଛନ୍ତି। ବିକ୍ରମଙ୍କୁ ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିବା ସହ ୧ ଲକ୍ଷ ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦାୟ ଅଭିଯୁକ୍ତଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବାକୁ ତାଙ୍କ ରାୟରେ ଉଲ୍ଲେଖ ରହିଛି ।

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁର ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ଗୁଇନ୍ଦା ବିଭାଗକୁ ଖବର ମିଳିଥିଲା । ତତ୍କାଳୀନ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ ନେତୃତ୍ୱରେ ଏକ ଟିମ ଚିକିଟି ଧାନଘର ନିକଟ କେଲୁଆଠାରେ ଛକି ରହିଥିଲେ । କେଲୁଆ ସ୍ଥିତ ତାରାତାରିଣୀ ପେଟ୍ରୋଲ ପମ୍ପ ନିକଟରେ ଥିବା ଏକ ଟ୍ରକ ଭିତରୁ ୮ଟି ଜରିବସ୍ତାରେ ୩୨୦ କେଜି ଗଞ୍ଜେଇ ଜବତ କରିଥିଲା । ୪ଗୋଟି ଗାଡ଼ି ମଧ୍ୟ ଜବତ ହୋଇଥିଲା। ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ପ୍ରମାଣ ମିଳିଥିବାରୁ ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ସୱତନ୍ତ୍ର ପିପି ନରେଶ ପ୍ରସାଦ ପାତ୍ର ମକଦ୍ଦମା ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?