ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ ସୁମିତା ଜେନା ଏହାର ବିଚାର କରି ଦୋଷୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ୧୦ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ କପ୍ତିପଦା ଥାନା ଅଧୀନ ରାଇକାଳୀ ଗ୍ରାମର ଅର୍ଜ୍‌ୁନ ଟୁଡୁ(୨୬)। ତେବେ ଉପଯୁକ୍ତ ପ୍ରମାଣ ଅଭାବରୁ ଦୁଇ ଅଭିଯୁକ୍ତ ସାଲ ମୁର୍ମୁ ଓ ବାରିଆଲ ଟୁଡୁଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହା ବ୍ୟତୀତ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୪ଲକ୍ଷ ଟଙ୍କା ସହାୟତା ଦେବାକୁ ଜିଲା ଆଇନ ସହାୟତା କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ୨୦୧୬ ନଭେମ୍ବର ୧୫ରେ ଜନୈକା ନାବାଳିକା ରାଇକାଳୀ ଗ୍ରାମସ୍ଥିତ ମାମୁ ଘରକୁ ଯାଇଥିଲେ। ସେହିଦିନ ସନ୍ଧ୍ୟାରେ ମାମୁ ଘର ଲୋକଙ୍କ ସହ ଯାତ୍ରା ଦେଖି ତହିଁ ପରଦିନ ଘରକୁ ଫେରୁଥିଲେ। ବାଟରେ ଯିବା ସମୟରେ ଅଭିଯୁକ୍ତ ଅର୍ଜୁନ ଓ ସାଲ ତାଙ୍କୁ ଏକ ମୋଟର ସାଇକେଲରେ ରାଇକାଳୀ ନେଇଯିବାକୁ କହି ନିକଟସ୍ଥ ଜଙ୍ଗଲରେ ବଳାତ୍କାର କରିଥିଲେ। ୨ ଦିନ ଜଙ୍ଗଲରେ ରଖି ପାଶବିକ ଅତ୍ୟାଚାର କରିବା ସହ ଘଟଣା ସମ୍ପର୍କରେ କାହାକୁ ନ ଜଣାଇବା ପାଇଁ ଧମକ ଚମକ ଦେଇଥିଲେ। ପରେ ୧୮ ତାରିଖରେ ଅଭିଯୁକ୍ତ ଦ୍ୱୟ ନାବାଳିକାଙ୍କୁ ନେଇ ୱାର୍ଡସଭ୍ୟ ବାରିଆଲ ଟୁଡୁଙ୍କ ଘରେ ଛାଡ଼ିବା ପରେ ସେଠାରେ ମଧ୍ୟ ସେ ବଳାତ୍କାରର ଶିକାର ହୋଇଥିଲେ। ଖବରପାଇ ପରିବାର ଲୋକେ ୨୦ତାରିଖରେ ରାଇକାଳୀ ଗ୍ରାମରେ ପହଞ୍ଚତ୍ ଝିଅଠାରୁ ସମସ୍ତ କଥା ଶୁଣି ୨୧ତାରିଖରେ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା କେସ (ନଂ. ୧୧୦/୧୬) ରୁଜୁ କରି ୩ ଅଭିଯୁକ୍ତଙ୍କୁୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ଆଇନଜୀବୀ ଅଭିନ୍ନ କୁମାର ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri