ବନ୍ଧୁଙ୍କ ସ୍ତ୍ରୀଙ୍କୁ ବଳାତ୍କାର କରି ୧୦ ବର୍ଷ ଜେଲ

କେନ୍ଦ୍ରାପଡ଼ା,୩୦ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଫାଷ୍ଟ ଟ୍ରାକ୍‌ କୋର୍ଟ ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ରାୟ ପ୍ରକାଶ କରିଛନ୍ତି। ଜଜ୍‌ ତ୍ରିବିକ୍ରମ କେଶରୀ ଚିନ୍ନରା ମାମଲାର ଶୁଣାଣି କରି ଅଭିଯୁକ୍ତ ଖୋର୍ଦ୍ଧା ଜିଲା ମଞ୍ଚେଶ୍ୱର ଥାନା ଓସ୍ତପଡ଼ା ଗ୍ରାମର ତପନ କୁମାର ସାହୁଙ୍କୁ ୧୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଜରିମାନା ବାବଦ ୧୦ହଜାର ଟଙ୍କା ଅନାଦାୟ ଅଧିକ ବର୍ଷେ କାରାଦଣ୍ଡ ଆଦେଶ ରାୟରେ ଉଲ୍ଲେଖ କରିଛନ୍ତି।

ଏହି ସମ୍ପର୍କରେ ଆଡିସନାଲ ପିପି ସଞ୍ଜୟ କୁମାର ଜେନା କହିଛନ୍ତି, ପାଟକୁରା ଥାନା ଅଞ୍ଚଳର ପୀଡ଼ିତା ମହିଳା ଭୁବନେଶ୍ୱରରେ ରୁହନ୍ତି। ସେ ୨୦୧୪ରେ ଗାଁକୁ ଆସିଥିବା ବେଳେ ସ୍ବାମୀଙ୍କ ସାଙ୍ଗ ତପନ ଘରକୁ ଆସିଥିଲେ। ସନ୍ଧ୍ୟା ହୋଇଯାଇଥିବା ଆଳ ଦେଖାଇ ଫେବୃୟାରୀ ୨୬ରେ ଘରେ ରହିବା ପାଇଁ ତପନ ବନ୍ଧୁ ପତ୍ନୀଙ୍କୁ ଅନୁରୋଧ କରିଥିଲେ। ସେହି ରାତିରେ ମହିଳାଙ୍କୁ ତପନ ବଳାତ୍କାର କରିଥିଲେ। ୨୦୧୫ ଜୁନ୍‌ ୧ରେ ମହିଳାଙ୍କ ସ୍ବାମୀଙ୍କୁ ତପନ ଜୀବନରୁ ମାରିଦେବାକୁ ଉଦ୍ୟମ କରିବା ପରେ ଏହି ସମ୍ପର୍କରେ ପାଟକୁରା ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ବଳାତ୍କାର ଦ୍ୱାରା ତାଙ୍କର ଏକ ପୁତ୍ର ଜନ୍ମ ହୋଇଥିବା ଡିଏନ୍‌ଏ ଟେଷ୍ଟରୁ ଜଣାପଡ଼ିଥିଲା। ୧୪ଜଣ ସାକ୍ଷୀଙ୍କ ସାକ୍ଷ୍ୟକୁ ଭିତ୍ତିକରି ଅଭିଯୁକ୍ତ ତପନ ଦୋଷୀ ସାବ୍ୟସ୍ତ ହୋଇଥିବା ଆଡିସନାଲ ପିପି ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri