ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ: ପୀଡ଼ିତାଙ୍କୁ ଦେବେ ଆର୍ଥିକ ସହାୟତା

ବ୍ରହ୍ମପୁର ଅଫିସ,୨୨ା୯: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ ପୋକ୍‌ସୋ କୋର୍ଟ ଜଜ୍‌ ଗଣେଶ୍ୱର ପତି ଗୁରୁବାର ଜନୈକା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଜଣଙ୍କ କୋଦଳା ଥାନା ଅନ୍ତର୍ଗତ ସୁମଣ୍ଡଳ ଗ୍ରାମର ସୀମାଞ୍ଚଳ ସ୍ବାଇଁ(୨୮)। ଏଥିସହ ଅଭିଯୁକ୍ତଙ୍କୁ ୩୦ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୩ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ମଧ୍ୟ ନିର୍ଦ୍ଦେଶ ରହିଛି। ସେହିପରି ପୀଡ଼ିତାଙ୍କୁ ୫ଲକ୍ଷ ଆର୍ଥିକ ସହାୟତା ଦେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ(ଡିଏଲ୍‌ଏସ୍‌ଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସ୍ବତନ୍ତ୍ର ପୋକ୍‌ସୋ ପିପି ମୋହନା ସିଙ୍ଗାରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୫ ମେ ୨୩ ରାତି ସାଢ଼େ ୮ରେ ଖଲ୍ଲିକୋଟ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ସୀମାଞ୍ଚଳ ବଳପୂର୍ବକ ଅପହରଣ କରି ବଳାତ୍କାର କରିଥିଲେ। ପରେ ବିବାହ କରିବି ବୋଲି ପ୍ରତିଶ୍ରୁତି ଦେଇଥିବା ବେଳେ ଶେଷରେ ତାଙ୍କୁ ପ୍ରତାରଣା କରାଯାଇଥିଲା। ଏନେଇ ପୀଡ଼ିତା ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.ରେ ୧୧୮/୧୫ରେ ଏକ ମାମଲା ରୁଜୁ କରିଥିଲା। ପରେ ପୋଲିସ ବଳାତ୍କାରୀ ସୀମାଞ୍ଚଳ ସ୍ବାଇଁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୨୦୧୫ ନଭେମ୍ବର ୭ରେ ସୀମାଞ୍ଚଳଙ୍କୁ ଜାମିନ ମିଳିଥିଲା। ଗୁରୁବାର ଏହି ମାମଲାର ବିଚାର ବେଳେ ଅଭିଯୁକ୍ତ ସୀମାଞ୍ଚଳଙ୍କୁ କୋର୍ଟରେ ହାଜର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri