ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

କେନ୍ଦୁଝର,୨।୩(ସ୍ବ.ପ୍ର.): ସ୍ଥାନୀୟ ଅତିରିକ୍ତ ଜିଲା ଜଜ ଓ ସ୍ବତନ୍ତ୍ର ଜଜ (ପୋକ୍ସୋ) ଶୁଭଶ୍ରୀ ତ୍ରିପାଠୀ ଏକ ୧୩ ବର୍ଷର ନାବାଳିକା ବଳାତ୍କାର ମାମଲାର ଗୁରୁବାର ଶୁଣାଣି କରି ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ଜରିମାନା ଅନାଦେୟ ଅଧିକ ୧ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି ା

ପ୍ରକାଶ ଯେ, ୨୦୧୭ ନଭେମ୍ବର ୧୧ରେ ଉକ୍ତ ନାବାଳିକା ଶୌଚ ପାଇଁ ଯାଇଥିବା ବେଳେ ହରିଚନ୍ଦନପୁର ବ୍ଲକର ଲିଟନ ମହାନ୍ତ (୨୭) ଜୋରଜବରଦସ୍ତ ବଳାତ୍କାର କରିଥିଲା। ରାତିରେ ପୀଡିତା ଘରକୁ ଫେରି ପରିବାର ଲୋକଙ୍କୁ ଜଣାଇବା ପରେ ଗ୍ରାମରେ ବୈଠକ ବସିଥିଲା। ତେବେ ସମାଧାନ ନ ହେବାରୁ ୧୮ ତାରିଖରେ ପରିବାର ଲୋକ ହରିଚନ୍ଦନପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ପାଇ କେସ ନମ୍ବର ୧୧୧/୨୦୧୭ରେ ମାମଲା ରୁଜୁ କରି ଲିଟନଙ୍କୁ ଗିରଫ କରି କୋର୍ଟକୁ ପଠାଇଥିଲା ା ୧୦ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଆଧାର କରି ଏଭଳି ଦଣ୍ଡାଦେଶ ହୋଇଛି। ସେହିପରି ପୀଡିତା କ୍ଷତିପୂରଣ ଆଇନ ଅନୁଯାୟୀ ପୀଡିତାଙ୍କୁ ଛଅ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ସରକାରଙ୍କୁ ଆଦେଶ କରିଛନ୍ତି ବୋଲି ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର (ପୋକ୍ସୋ) ଗଣେଷ ପ୍ରସାଦ ମହାପାତ୍ର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri