ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ, ୩୧ା୩: ନାବାଳିକା ବଳାତ୍କାର ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଫୁଲବାଣୀ ନାରାୟଣୀ ସାହିର ଦୁର୍ଗାପ୍ରସାଦ ପ୍ରଧାନ।

ଅଭିଯୋଗ ମୁତାବକ, ଦୁର୍ଗାପ୍ରସାଦ ସମ୍ପୃକ୍ତ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଘରକୁ ଡାକି ବହୁବାର ବଳାତ୍କାର କରିଥିଲେ। ଫଳରେ ପୀଡ଼ିତା ଗର୍ଭବତୀ ହୋଇଥିଲେ। ବିବାହ ପାଇଁ ନାବାଳିକା ଜଣକ ବାରମ୍ବାର ଅନୁରୋଧ କରିଥିଲେ ହେଁ ଦୁର୍ଗାପ୍ରସାଦ ଏହାକୁ ପ୍ରତ୍ୟାଖ୍ୟାନ କରିଥିଲେ। ଏ ନେଇ ୭ ମାସ ଗର୍ଭବତୀ ଥିବା ନାବାଳିକା ଫୁଲବାଣୀ ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ ୨୪୯/୧୬ ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ୧୭ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍‌ ରିପୋର୍ଟ ଆଧାରରେ ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri