ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୪।୯: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟରେ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଦୁର୍ଗା ଚରଣ ମିଶ୍ର ମାମଲାର ବିଚାର କରି ଅଭିଯୁକ୍ତ ବୈଶିଙ୍ଗା ଥାନା ଅଧୀନ ବଡ଼ଗୁମା ଅଞ୍ଚଳର ଲକ୍ଷ୍ମଣ ମାଝି (୨୯)ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଛନ୍ତି। ଏହାସହ ୩୦ ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ଅଧିକ ୨ବର୍ଷ ଜେଲ୍‌ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରାଯାଇଛି। ଏହାବ୍ୟତୀତ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ଜିଲା ଆଇନ ସହାୟତା କର୍ତ୍ତୃପକ୍ଷ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୬ ଡିସେମ୍ବରରେ ଲକ୍ଷ୍ମଣ ନାବାଳିକାଙ୍କୁ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ କାହାରିକୁ ନ ଜଣାଇବା ପାଇଁ ସେ ନାବାଳିକାଙ୍କୁ ଧମକ ଦେଇଥିଲେ। ଏପରିକି ବାରମ୍ବାର ବଳାତ୍କାର କରିବା ପରେ ପୀଡ଼ିତା ଗର୍ଭବତୀ ହୋଇଥିଲେ। ପରିବାର ଲୋକେ ଜାଣିବା ପରେ ବୈଶିଙ୍ଗା ଥାନାରେ ୨୦୧୭ ଜୁନ ୨୯ରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୧୦୦/୧୭) ରୁଜୁ କରି ଅଭିଯୁକ୍ତ ଲକ୍ଷ୍ମଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସରକାରୀ ଆଇନଜୀବୀ ଭାବେ ମନୋରଞ୍ଜନ ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?