ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୪।୯: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟରେ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଦୁର୍ଗା ଚରଣ ମିଶ୍ର ମାମଲାର ବିଚାର କରି ଅଭିଯୁକ୍ତ ବୈଶିଙ୍ଗା ଥାନା ଅଧୀନ ବଡ଼ଗୁମା ଅଞ୍ଚଳର ଲକ୍ଷ୍ମଣ ମାଝି (୨୯)ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଣି କରିଛନ୍ତି। ଏହାସହ ୩୦ ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ଅଧିକ ୨ବର୍ଷ ଜେଲ୍‌ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରାଯାଇଛି। ଏହାବ୍ୟତୀତ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ଜିଲା ଆଇନ ସହାୟତା କର୍ତ୍ତୃପକ୍ଷ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୬ ଡିସେମ୍ବରରେ ଲକ୍ଷ୍ମଣ ନାବାଳିକାଙ୍କୁ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ କାହାରିକୁ ନ ଜଣାଇବା ପାଇଁ ସେ ନାବାଳିକାଙ୍କୁ ଧମକ ଦେଇଥିଲେ। ଏପରିକି ବାରମ୍ବାର ବଳାତ୍କାର କରିବା ପରେ ପୀଡ଼ିତା ଗର୍ଭବତୀ ହୋଇଥିଲେ। ପରିବାର ଲୋକେ ଜାଣିବା ପରେ ବୈଶିଙ୍ଗା ଥାନାରେ ୨୦୧୭ ଜୁନ ୨୯ରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୧୦୦/୧୭) ରୁଜୁ କରି ଅଭିଯୁକ୍ତ ଲକ୍ଷ୍ମଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସରକାରୀ ଆଇନଜୀବୀ ଭାବେ ମନୋରଞ୍ଜନ ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri