ପରିଚୟପତ୍ର ନ ଥିବାରୁ ଘରକୁ ଫେରିବାକୁ ଲାଗିଲା ୧୦ ବର୍ଷ

କୁଚିଣ୍ଡା,୧୬।୧(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ବାଙ୍କେ ପଞ୍ଚାୟତ ଗୋପାଳପାଲି ଗ୍ରାମର ରଞ୍ଜିତ କିଷାନ(୨୪) ୧୦ ବର୍ଷ ପରେ ଘରକୁ ଫେରିଛନ୍ତି। ଦୀର୍ଘବର୍ଷ ପରେ ପୁଅକୁ ପାଇ ପରିବାର ଓ ଗାଁରେ ଆନନ୍ଦର ଲହରି ଖେଳିଯାଇଛି।

୨୦୧୨ ଡିସେମ୍ବର ୧୩ରେ ଗ୍ରାମର ସୁରେନ୍ଦ୍ର କିଷାନଙ୍କ ପୁଅ ରଞ୍ଜିତ ବାଙ୍କେ ହାଇସ୍କୁଲରେ ୧୦ମ ଶ୍ରେଣୀରେ ପଢୁଥିବା ବେଳେ ସ୍କୁଲକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ପରିବାର ବର୍ଗ ବହୁ ଖୋଜାଖୋଜି କରିବା ପରେ ବି କୌଣସି ସନ୍ଧାନ ପାଇ ନ ଥିଲେ। ଏନେଇ ପରିବାର ଲୋକେ ମହୁଲପାଲି ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଏକ ନିଖୋଜ ମାମଲା ରୁଜୁ କରିଥିଲେ। ହେଲେ କିଛିଦିନ ପରେ ରଞ୍ଜିତ ସୁରଟକୁ ଚାଲିଯାଇଥିବା ଖବର ମିଳିଥିଲା।

ହେଲେ ତାଙ୍କ ସହ ସାଙ୍ଗରେ ଯାଇଥିବା ବନ୍ଧୁ ତାଙ୍କୁ ମାରପିଟ କରି ଟଙ୍କା ପଇସା ଛଡାଇ ନେଇଥିଲେ। ଫଳରେ ସେ ସେଠାରୁ କୌଶଳ କ୍ରମେ ଲୁଚି ମୁମ୍ବାଇ ପଳାଇଥିଲେ। ହେଲେ ପାଖରେ କୌଣସି ପରିଚୟ ପତ୍ର ନ ଥିବାରୁ ସେ ସେଠାରୁ ଫେରି ନ ପାରି କାମଧନ୍ଦା କରି ବଞ୍ଚୁଥିଲେ।

ଏପରି ସମୟରେ ମହାରାଷ୍ଟ୍ର ଝାଲୋର ଜିଲା ରାଣିବାଡା ଗ୍ରାମର ରାକେଶ ଚୌହାନଙ୍କୁ ସେ ଘରୁ ଲୁଚି ପଳାଇ ଆସିଥିବା କହିଥିଲେ। ଏହା ଜାଣିବା ପରେ ରାକେଶ ତାଙ୍କୁ ଘରେ ଛାଡିବାକୁ ସହଯୋଗର ହାତ ବଢାଇଥିଲେ। ଦୁହେଁ ମିଶି ଟ୍ରେନରେ ଝାରସୁଗୁୁଡା ଆସି ସେଠାରୁ ବସ୍‌ ଯୋଗେ ଗୋପାଳପାଲି ଆସିଥିଲେ। ମହୁଲପାଲି ଥାନା ଅଧିକାରୀ ସୁଶାନ୍ତ ଦାସ ରଞ୍ଜିତଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ବାପା ସୁରେନ୍ଦ୍ର ଓ ମା’ ସରସ୍ବତୀ ୧୦ ବର୍ଷ ପରେ ପୁଅକୁ ପାଖରେ ପାଇ ଖୁସିରେ ଆତ୍ମହରା ହୋଇପଡିଥିଲେ। ସହଯୋଗ କରିଥିବା ରାକେଶଙ୍କୁ ପରିବାର ଓ ଗ୍ରାମବାସୀ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri