ମସ୍ତିଷ୍କରେ ଫସିରହିଥିଲା ଗୁଳିର ୧୦୦ ଖଣ୍ଡ: ଏଭଳି ଡାକ୍ତର ବଞ୍ଚାଇଲେ ବ୍ୟକ୍ତିଙ୍କ ଜୀବନ

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ସର ଗଙ୍ଗାରାମ ହସ୍ପିଟାଲରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଯେଉଁଠାରେ ଜଣେ ବ୍ୟକ୍ତିଙ୍କୁ ବଞ୍ଚାଇବାକୁ ଯାଇ ଡାକ୍ତରମାନେ ନିଆରା ଅପରେଶନ୍‌ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋନିଆ ବିହାରର ୩୯ ବର୍ଷୀୟ ରାଧେଶ୍ୟାମଙ୍କ ମୁଣ୍ଡରେ ଗୁଳି ବାଜିଥିଲା। ଏହାପରେ ତାଙ୍କୁ ଲୋକନାୟକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲ। କିନ୍ତୁ ଅପରେଶନ୍‌ ପାଇଁ ଜୁଲାଇ ୨୩ରେ ତାଙ୍କୁ ସର ଗଙ୍ଗାରାମ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଉକ୍ତ ହସ୍ପିଟାଲରେ ପହଞ୍ଚିବା ବେଳକୁ ରାଧେଶ୍ୟାମଙ୍କ ମୁଣ୍ଡର ରକ୍ତ ସ୍ରାବ ହେବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିଲା। ଏହି ଘଟଣାରେ ଉକ୍ତ ହସ୍ପିଟାଲର ଡାକ୍ତରମାନେ ତତ୍ପରତା ଦେଖିବା ସହ ସଙ୍ଗେ ସଙ୍ଗେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇ ସିଟି ସ୍କାନ କରାଯାଇଥିଲା। ସେଥିରୁ ଜଣାପଡ଼ିଥିଲା ଯେ, ରାଧେଶ୍ୟାମଙ୍କ ମୁଣ୍ଡରେ କେତେଗୁଡ଼ିଏ ଫ୍ରାକ୍‌ଚର ହେବା ସହ ମସ୍ତିଷ୍କ ଭିତରେ ଗୁଳିର ୧୦୦ଖଣ୍ଡ ଫସିହୋଇ ରହିଛି।

ଏହାପରେ ବିଳମ୍ବ ନ କରି ତାଙ୍କର ଅପରେଶନ୍‌ କରାଯାଇଥିଲା। ତାଙ୍କର କରୋନା ରିପୋର୍ଟକୁ ମଧ୍ୟ ଅପେକ୍ଷା କରାଯାଇ ନ ଥିଲା ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ତେବେ ଦୀର୍ଘ ୫ଘଣ୍ଟା ଧରି ଚାଲିଥିବା ଅପରେଶନ୍‌ ପରେ ଡାକ୍ତରଙ୍କୁ ସଫଳତା ମିଳିଥିଲା। ବର୍ତ୍ତମାନ ରାଧେଶ୍ୟାମଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ବେଳେ ଖୁବ୍‌ଶୀଘ୍ର ତାଙ୍କୁ ଡିସ୍‌ଚାର୍ଜ କରିଦିଆଯିବ ବୋଲି ଡାକ୍ତର କହିଛନ୍ତି। ସର ଗଙ୍ଗାରାମ ହସ୍ପିଟାଲର ଡାକ୍ତରଙ୍କ ସଫଳ ଚିକିତ୍ସା ଓ ଉପସ୍ଥିତ ବୁଦ୍ଧି ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କରୋନା କାଳରେ ଡାକ୍ତରମାନେ ନିଜର ମାନବିକତା ଦେଖାଇଥିବାରୁ ରୋଗୀଙ୍କ ପରିବାର ଲୋକ, ପ୍ରଶାସନ ଓ ସ୍ଥାନୀୟ ଲୋକ ସେମାନଙ୍କୁ ଭୂୟଂସି ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri