Posted inଜାତୀୟ

ଭାରତରେ ଦିନକୁ ୧୦୦ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୩୦ା୩: ବ୍ୟାଙ୍କ ଠକେଇ ଓ ଦୁର୍ନୀତି ଯୋଗୁ ଗତ ୭ ବର୍ଷ ହେଲା ଭାରତ ଦୈନିକ ଅନୂ୍ୟନ ୧୦୦ କୋଟି ଟଙ୍କା ହରାଇଆସୁଛି ବୋଲି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ତଥ୍ୟରୁ ଜଣାପଡ଼ିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ଥିବା ମହାରାଷ୍ଟ୍ରରେ ସର୍ବାଧିକ ୫୦% ବ୍ୟାଙ୍କ ଠକେଇ ହେଉଛି। ଏହା ପଛରେ ଦିଲ୍ଲୀ, ତେଲଙ୍ଗାନା, ଗୁଜରାଟ ଓ ତାମିଲନାଡୁ ରହିଛି। ଏହି ୫ ରାଜ୍ୟରେ ୨ ଲକ୍ଷ କୋଟି ଟଙ୍କାର ଦୁର୍ନୀତି ହୋଇଛି, ଯାହାକି ମୋଟ ଆର୍ଥିକ ଠକେଇର ୮୩% ବୋଲି ଆର୍‌ବିଆଇ ରିପୋର୍ଟରେ ଦର୍ଶାଯାଇଛି। ୨୦୧୫ ଏପ୍ରିଲ ୧ରୁ ୨୦୨୧ ଡିସେମ୍ବର ୩୧ ମଧ୍ୟରେ ୨.୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ ହୋଇଥିବା ସାମ୍ନାକୁ ଆସିଥିଲା। ତେବେ ଏଭଳି ଠକେଇ ଧରିବା ପାଇଁ ପଦକ୍ଷେପ ନିଆଯାଉଥିବାରୁ ଏହା ହ୍ରାସ ପାଉଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୨୦୧୫-୧୬ରେ ୬୭,୭୬୦ କୋଟି ଟଙ୍କାର ଠକେଇ ହୋଇଥିବାବେଳେ ୨୦୧୬-୧୭ରେ ଏହା ୫୯,୯୬୬.୪ କୋଟିକୁ ହ୍ରାସ ପାଇଥିଲା। ଏହାର ପରବର୍ତ୍ତୀ ଦୁଇ ଆର୍ଥିକବର୍ଷରେ ଦେଶରେ ୪୫,୦୦୦ କୋଟିର ବ୍ୟାଙ୍କ ଠକେଇ ହୋଇଥିଲା। ୨୦୧୯-୨୦ରେ ଏହି ପରିମାଣ ୨୭,୬୯୮.୪ କୋଟି ଏବଂ ୨୦୨୦-୨୧ରେ ୧୦,୬୯୯.୯ କୋଟି ଟଙ୍କାର ଠକେଇ ଧରାପଡ଼ିଥିଲା। ଚଳିତ ଆର୍ଥିକବର୍ଷର ପ୍ରଥମ ୯ ମାସରେ ୬୪୭.୯ କୋଟି ଟଙ୍କା ଠକେଇ ହୋଇଥିବା ଆକଳନ କରାଯାଇଛି। ନିଖିଳ ଭାରତ ବ୍ୟାଙ୍କ ଅଫିସର୍ସ ମହାସଂଘର ପୂର୍ବତନ ଅଧ୍ୟକ୍ଷ ଓ୍ବାଇ. ସୁଦର୍ଶନ କହିଛନ୍ତି, ଆର୍ଥିକ ଅନିୟମିତତାରେ ସମ୍ପୃକ୍ତ ଥିବା ଅଭିଯୁକ୍ତମାନଙ୍କ ବିରୋଧରେ କଡ଼ା କର୍ଯ୍ୟାନୁଷ୍ଠାନ ନିଆଯାଉଥିବାରୁ ଠକେଇ କମିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri