୧୦୦ କୋଟି କ୍ଲବରେ ‘ଯବାନ’

ବଲିଉଡର କିଙ୍ଗ ଖାନ ଶାହରୁଖ ବ୍ୟାକ୍‌ ଟୁ ବ୍ୟାକ୍‌ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଛନ୍ତି। ‘ପଠାନ’ ପରେ ‘ଯବାନ’ ଏବେ ବକ୍ସ ଅଫିସ୍‌ରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ଓପନିଂ ଡେ’ରେ ଫିଲ୍ମ ‘ଯବାନ’ ଘରୋଇ ବଜାରରେ ୭୫ କୋଟି ଟଙ୍କା ଏବଂ ସାରା ବିଶ୍ୱରେ ୧୦୦ କୋଟିରୁ ଅଧିକ ଟଙ୍କା ସଂଗ୍ରହ କରି ଇତିହାସ ସୃଷ୍ଟି କରିଛି। କିଙ୍ଗ ଖାନଙ୍କ ଏହି ଫିଲ୍ମ ପାଇଁ ଦର୍ଶକଙ୍କ କ୍ରେଜ ଦ୍ରୁତ ଗତିରେ ବଢିବାରେ ଲାଗିଛି ଏବଂ ‘ଯବାନ’ ଦେଖିବା ପାଇଁ ପ୍ରେକ୍ଷାଳୟରେ ଦର୍ଶକଙ୍କ ଲମ୍ବା ଧାଡି ଦେଖିବାକୁ ମିଳୁଛି। ଏହା ସହିତ ‘ଯବାନ’ ରିଲିଜ ହେବାର ଦ୍ୱିତୀୟ ଦିନର ଆନୁମାନିକ ରୋଜଗାର ମଧ୍ୟ ଆକଳନ କରାଯାଇଛି।
ପ୍ରାରମ୍ଭିକ ଟ୍ରେଣ୍ଡ ରିପୋର୍ଟ ଅନୁଯାୟୀ, ‘ଯବାନ’ ରିଲିଜ ହେବାର ଦ୍ୱିତୀୟ ଦିନରେ ଅର୍ଥାତ୍‌ ଶୁକ୍ରବାର ସମସ୍ତ ଭାଷାରେ ୪୫ କୋଟି ଟଙ୍କାର ବ୍ୟବସାୟ କରିପାରିବ, ଯେଉଁଥିରେ ହିନ୍ଦୀ ଏବଂ ତାମିଲ ଆଗରେ ଅଛି। ଏହା ସହିତ ଦୁଇ ଦିନ ମଧ୍ୟରେ ଫିଲ୍ମର ମୋଟ ରୋଜଗାର ୧୨୦ କୋଟି ଟଙ୍କା ହେବ।
୩୦୦ କୋଟି ବଜେଟରେ ନିର୍ମିତ ହୋଇଥିବା ‘ଯବାନ’ ହିନ୍ଦୀ, ତାମିଲ ଓ ତେଲଗୁ ଭାଷାରେ ମୁକ୍ତିଲାଭ କରିଛି। ଫିଲ୍ମରେ ସୁପରଷ୍ଟାର ଶାହରୁଖ ଦମଦାର ଆକ୍ସନ ରହିଛି। ପ୍ରସିଦ୍ଧ ନିର୍ଦ୍ଦେଶକ ଏଟଲିଙ୍କ ନିର୍ଦ୍ଦେଶିତ ‘ଯବାନ’ ଫିଲ୍ମରେ ଶାହରୁଖଙ୍କ ବ୍ୟତୀତ ଦୀପିକା ପାଦୁକୋନ, ନୟନତାରା, ସାନ୍ନ୍ୟା ମାଲହୋତ୍ରା, ସୁନୀଲ ଗ୍ରୋଭର, ଯୋଗୀ ବାବୁ ଏବଂ ତା’ ସହିତ ବିଜୟ ସେତୁପତିଙ୍କୁ ଭିନ୍ନ ଏକ ଅନ୍ଦାଜରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri