୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା ଡୋଜ୍‌ ଯୋଗାଇଦେବାକୁ ଉକ୍ତ ଗୋଷ୍ଠୀର ୭ ଧନୀ ରାଷ୍ଟ୍ର ପ୍ରତିଶ୍ରୁତି ଦେଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ ସୂଚନା ଦେଇଛନ୍ତି। ଏହି ଟିକା ସିଧାସଳଖ ଏବଂ କୋଭାକ୍ସ କାର୍ଯ୍ୟକ୍ରମ ଜରିଆରେ ଯୋଗାଇ ଦିଆଯିବ ବୋଲି ଜି ୭ ସମିଟ୍‌ ଶେଷରେ ଜନ୍‌ସନ ଗଣମାଧ୍ୟମକୁ କହିଛନ୍ତି। ତେବେ ବାସ୍ତବରେ ମହାମାରୀର ଅନ୍ତ କରିବାକୁ ହେଲେ ୨୦୨୨ ମଧ୍ୟଭାଗ ସୁଦ୍ଧା ବିଶ୍ୱର ଅନୂ୍ୟନ ୭୦ ପ୍ରତିଶତ ଲୋକଙ୍କୁ ଟିକା ଦେବା ପାଇଁ ୧୧୦୦ କୋଟି ଡୋଜ୍‌ ଆବଶ୍ୟକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କହିଥିଲାବେଲେ ଜି ୭ ରାଷ୍ଟ୍ରଗୋଷ୍ଠୀ ନେତାମାନଙ୍କ ପ୍ରତିଶ୍ରୁତି ତାହାଠାରୁ ଯଥେଷ୍ଟ କମ୍‌।
ଏହାବ୍ୟତୀତ ଜଳବାୟୁ ପରିବର୍ତ୍ତନର ମୁକାବିଲା ଲାଗି ସହଯୋଗ ବଢ଼ାଇବା ଏବଂ ଉନ୍ନତ ପ୍ରଯୁକ୍ତି ସହ ଟିକସର ଏକ ବଡ଼ ଅଂଶ ଏ ଦିଗରେ ବ୍ୟୟ କରିବା ପାଇଁ ଜି ୭ ନେତୃବୃନ୍ଦ ପ୍ରତିଶ୍ରୁତିବଦ୍ଧ ହୋଇଥିବା ଜଣାପଡ଼ିଛି। ମହାମାରୀ ଏବଂ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅପ୍ରତ୍ୟାଶିତ ପଦକ୍ଷେପ ଯୋଗୁ ଜଳବାୟୁ ପରିବର୍ତ୍ତନ ମୁକାବିଲା କ୍ଷେତ୍ରରେ ଯେଉଁ ପ୍ରତିବନ୍ଧକ ସୃଷ୍ଟି ହୋଇଥିଲା,ଏବେ ସେଥିରେ ପରିବର୍ତ୍ତନ ହୋଇଛି ବୋଲି ଜି ୭ ନେତାମାନେ ଦେଖାଇବାକୁ ଚାହିଁଥିଲେ। ଚାଇନା ଭଳି ସତ୍ତାବାଦୀ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଜି ୭ (କାନାଡା, ଫ୍ରାନ୍ସ, ଜର୍ମାନୀ, ଇଟାଲି, ଜାପାନ, ବ୍ରିଟେନ ଓ ଆମେରିକା) ଗରିବ ରାଷ୍ଟ୍ରଗୁଡ଼ିକର ଭଲ ବନ୍ଧୁ ବୋଲି ଜଣାଇଦେବାକୁ ଚାହିଁଛନ୍ତି।

ବୋରିସ୍‌ଙ୍କୁ ସାଇକେଲ ଦେଲେ ବାଇଡେନ୍‌

ବ୍ରିଟେନରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କୁ ପ୍ରଥମ ବ୍ୟକ୍ତିଗତ ସାକ୍ଷାତରେ ହାତ ତିଆରି ସାଇକେଲ ଉପହାର ଦେଇଛନ୍ତି। ଏହାର ଦାମ୍‌ ୬ ହଜାର ଡଲାର ରହିଛି। ଏଥିରେ ଉଭୟ ଦେଶର ମାନଚିତ୍ର ଚିତ୍ରିତ ହୋଇଛି। ଜନ୍‌ସନ୍‌ ସାଇକେଲ ଚଳାଇବାକୁ ପସନ୍ଦ କରୁଥିବାବେଳେ ବାଇଡେନ୍‌ ମଧ୍ୟ ସାଇକେଲ ପ୍ରେମୀ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri