Posted inଜାତୀୟ

ବର୍ଷକୁ ୧୦୦ ହାତୀଙ୍କ ଜୀବନ ଯାଉଛି

ନୂଆଦିଲ୍ଲୀ, ୧୧।୮(ପି.ଟି.): ହାତୀ ଓ ମଣିଷ ମଧ୍ୟରେ ସଂଘର୍ଷ ଲାଗି ରହିଛି। ଏହି ଲଢ଼େଇରେ ବର୍ଷକୁ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଏବଂ ୧୦୦ ହାତୀ ପ୍ରାଣ ହରାଉଥିବା ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୨ ତାରିଖ ବିଶ୍ୱ ହସ୍ତୀ ଦିବସ ପୂର୍ବରୁ ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ୨୦୧୭ରେ ହୋଇଥିବା ଗଣନା ଅନୁଯାୟୀ ଭାରତରେ ୩୦ ହଜାର ହାତୀ ରହିଥିଲେ। ପରିବେଶ ସନ୍ତୁଳନରେ ହାତୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ସେମାନଙ୍କର ସଂରକ୍ଷଣ ଅତି ଜରୁରୀ ବୋଲି କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି। ହାତୀ ଜନବସତିମୁହାଁ ନ ହୋଇ ଜଙ୍ଗଲ ମଧ୍ୟରେ ଯେପରି ରହିବେ ସେଥିପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଓ ଜଳ ଉପଲବ୍ଧ କରାଇବା ଲାଗି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ଆସନ୍ତାବର୍ଷ ସୁଦ୍ଧା ଏହାର ଫଳାଫଳ ମିଳିଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଗତ ମେ’ ୨୭ରେ କେରଳରେ ସପୁରି ଭିତରେ ବାଣ ପୂରାଇ ଗର୍ଭିଣୀ ହାତୀକୁ ଖାଇବାକୁ ଦେଇ ମାରିବା ଘଟଣାକୁ କେନ୍ଦ୍ର ପରିବେଶ ରାଷ୍ଟ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ନିନ୍ଦା କରିଛନ୍ତି। ହାତୀମାନଙ୍କୁ ସୁରକ୍ଷା ଦେବାକୁ ହେବ। କେରଳ ଘଟଣା ଅମାନବିକତାର ପରିଚୟ। ଏଭଳି ଅପରାଧ ବିରୋଧରେ କଠୋର ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୁପ୍ରିୟୋ କହିଥିଲେ। ଦେଶରେ ପ୍ରତିବର୍ଷ ଘଟୁଥିବା ହାତୀ-ମଣିଷ ସଂଘର୍ଷ ସମ୍ପର୍କରେ ଜଙ୍ଗଲ ବିଭାଗ ଅତିରିକ୍ତ ମହାନିର୍ଦ୍ଦେଶକ ସୌମିତ୍ର ଦାସଗୁପ୍ତା ସୂଚନା ଦେଇଥିଲେ। ସେ କହିଥିଲେ ଶହ ଶହ ହାତୀ ବାସସ୍ଥାନ ଛାଡ଼ି ଜନବସତିମୁହାଁ ହେଉଥିବାରୁ ଏଭଳି ସଂଘର୍ଷ ଘଟୁଛି। ଏଥିରେ ବର୍ଷକୁ ୫୦୦ରୁ ଅଧିକ ଲୋକଙ୍କ ଜୀବନ ଯିବା ସହ ୧୦୦ ହାତୀଙ୍କ ମୃତ୍ୟୁ ଘଟୁଛି। ହାତୀ ସଂରକ୍ଷଣ ଲାଗି ଗତ ୫ ବର୍ଷ ମଧ୍ୟରେ ଅନେକ ପଦକ୍ଷେପ ନିଆଯାଇଛି। ଅଧିକ ହାତୀ କରିଡର ଚିହ୍ନଟ ହେବା ସହ ଏଥିପାଇଁ ୩୦ ପ୍ରତିଶତ ଅଧିକ ବ୍ୟୟବରାଦ କରାଯାଇଛି ବୋଲି ଦାସଗୁପ୍ତା କହିଥିଲେ। ଏହି ଅବସରରେ ମନ୍ତ୍ରୀ ଜାଭଡେକର ହାତୀ-ମଣିଷ ବିବାଦ ପରିଚାଳନା ଉପରେ ଏକ ପୁସ୍ତିକା ଉନ୍ମୋଚନ କରିବା ସହ ପ୍ରୋଜେକ୍ଟ ଏଲିଫ୍ୟାଣ୍ଟ ଉପରେ ଏକ ଜାତୀୟ ପୋର୍ଟାଲର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri