୧୦୦ ପରିବାରକୁ ଗୋଟିଏ ନଳକୂପ, ବାଲ୍‌ଟିଏ ପାଣି ପାଇଁ ଲମ୍ବା ଧାଡ଼ି

କଣ୍ଟିପାଳ/ଆନନ୍ଦପୁର,୨୨ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର କଣ୍ଟିପାଳ ଗ୍ରାମର ମହାପାତ୍ର ସାହିରେ ପାନୀୟ ଜଳ ସଙ୍ଗଟ ଉଗ୍ରରୂପ ଧାରଣ କରିଛି। ସାହିରେ ବସବାସ କରୁଥିବା ପରିବାରବର୍ଗଙ୍କ ମଧ୍ୟରୁ ୧୦୦ରୁ ଊର୍ଦ୍ଧ୍ୱ ପରିବାର ପାନୀୟ ଜଳ ପାଇଁ ଗୋଟିଏ ନଳକୂପ ଉପରେ ନିର୍ଭର କରୁଛନ୍ତି। ଦୁଇଟି ମଧ୍ୟରୁ ଗୋଟିଏ ଅଚଳ ହୋଇପଡିଛି। ଗୋଟିଏ ନଳକୂପରେ ଆଶାଜନକ ପାଣି ବାହାରୁ ନ ଥିବାରୁ ମହିଳାମାନେ ପାଣି ଟୋପାଏ ପାଇଁ ଦୀର୍ଘଘଣ୍ଟା ଧରି ନଳକୂପ ନିକଟରେ ଛିଡ଼ା ହେବାକୁ ବାଧ୍ୟ ହେଉଛନ୍ତି। ଗ୍ରୀଷ୍ମ ଦିନରେ ପାନୀୟ ଜଳ ସଙ୍କଟ ଚିନ୍ତା ବଢ଼ାଇଛି। ଏଭଳି ଏକ ମୌଳିକ ସମସ୍ୟା ସମ୍ପର୍କରେ ମହାପାତ୍ର ସାହି ବାସୀ ଅନେକ ଥର ସ୍ଥାନୀୟ ସରପଞ୍ଚଙ୍କ ଦୃଷ୍ଟି ଆକର୍ଷଣ କରିଥିବା କହିଛନ୍ତି। ହେଲେ ଅଦ୍ୟାବଧି ସମସ୍ୟାର ସମାଧାନ ହୋଇପାରିନି। ଗୋଟିଏ ନଳକୂପରେ ଅନେକ ସମୟରେ ମାତ୍ରାଧିକ ଭିଡ଼ ଲାଗି ରହିବା କାରଣରୁ ପାଟିତୁଣ୍ଡ ହେବା ଭଳି ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ଏଭଳି ଏକ ଗୁରୁତ୍ୱପୁର୍ଣ୍ଣ ପ୍ରସଙ୍ଗ ଦିଗରେ ପ୍ରଶାସନିକ ଅଧିକାରୀ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି। ମହାପାତ୍ରସାହିରେ ଦେଖାଦେଇଥିବା ପାନୀୟ ଜଳ ସଙ୍କଟ ସମ୍ପର୍କରେ ଶନିବାର ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଉପଜିଲାପାଳ ତୁରନ୍ତ ଏ ପ୍ରସଙ୍ଗରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ଏବଂ ଖୁବ୍‌ଶୀଘ୍ର ଏହି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri