ତାଲିମ ନେଲେ ୧୦୦ ଚାଷୀ

ବାରିପଦା ଅଫିସ,୧୫।୪

ମୟୂରଭଞ୍ଜ ଜିଲା ପଲ୍ଲୀଶ୍ରୀ ମେଳା ଆନୁକୂଲ୍ୟରେ ଜିଲା କୃଷି ଓ ଆନୁସଙ୍ଗିକ ବିଭାଗ ପକ୍ଷରୁ କୃଷି ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାର ୨୬ଟି ବ୍ଲକର ଚାଷୀଙ୍କୁ ଆତ୍ମା ଆନୁକୂଲ୍ୟରେ ତାଲିମ ଦିଆଯାଇଛି। ୧୦୦ ଚାଷୀ, ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟ ଓ ମହିଳା ଚାଷୀ ୪ଦିନ ଧରି ତାଲିମ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରାକୃତିକ କୃଷି ଓ ଫସଲ ବିବିଧତା ସମ୍ପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଜିଲା କୃଷି ଅଧିକାରୀ ରବୀନ୍ଦ୍ର ଖଟୁଆ, ଅନ୍ୟତମ ଅତିଥି ଭାବେ ପ୍ରକଳ୍ପ ନିର୍ଦ୍ଦେଶିକା ଭବାନୀ ଶଙ୍କର କାଲୋ ଯୋଗଦାନ କରି ‘ସବୁଜ କୃଷି’ର ଭିତ୍ତିଭୂମି ଓ ମୟୂରଭଞ୍ଜ ଜୈବ ମଣ୍ଡଳର ସୁରକ୍ଷା ସମ୍ବନ୍ଧରେ ଆଲୋଚନା କରିଥିଲେ। ପ୍ରାରମ୍ଭରେ ସହକାରୀ କୃଷି ନିର୍ଦ୍ଦେଶକ ଡ.ମନୋଜ କୁମାର ଚାନ୍ଦ ଚାଷୀମାନଙ୍କୁ ଉନ୍ନତମାନର କୃଷି ପଦ୍ଧତି ମାଧ୍ୟମରେ ଫସଲ ବିବିଧତା ସମ୍ପର୍କରେ ବୁଝାଇଥିଲେ। ଉଦ୍ୟାନ କୃଷି, ଗୋପାଳନ, ମାଛ ଓ କୁକୁଡ଼ା ଚାଷ ମାଧ୍ୟମରେ ସମନ୍ବିତ ଚାଷ ପଦ୍ଧତିକୁ ଆପଣାଇବା ପାଇଁ ପରାମର୍ଶ ଦେଇଥିଲେ। ଭୁବନେଶ୍ୱରସ୍ଥିତ କନକ ବାୟୋସାଇନ୍ସ ଓ ରିସର୍ସ ଫାଉଣ୍ଡେସନର ନିର୍ଦ୍ଦେଶକ ଡ.ଦୀପକ କୁମାର ସାହୁ ଉପସ୍ଥିତ ରହି ଜୈବିକ ଚାଷରେ ବାସନା ଧାନର ଚାହିଦାକୁ ପାଥେୟ କରି ଚାଷୀମାନଙ୍କୁ ବାସନା ଧାନ ଚାଷ କରିବାକୁ ପରାମର୍ଶ ଦେଇଥିଲେ। ଲଘୁ ଶସ୍ୟ ଚାଷ ତଥା ସନ୍ତୁଳିତ ଖାଦ୍ୟ ଆହାର ଦିଗରେ ୱାସନର ରିସର୍ସପର୍ସନ ପୁଲକ ରଞ୍ଜନ ନାୟକ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ଫସଲ ଉତ୍ପାଦନରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରତି ବ୍ଲକରୁ ଜଣେ ଲେଖାଏ ଚାଷୀଙ୍କୁ ମିଶାଇ ମୋଟ ୨୬ଜଣଙ୍କୁ ସମ୍ମାନିତ କରାଯାଇଥିଲା। ମଧୁସ୍ମିତା ଜେନା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri