ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ ଗୋବରୀ ନଦୀ କଂସାର ଗ୍ରାମ ସଂଲଗ୍ନ ପଥର ସ୍ପର ନିର୍ମାଣ କାର୍ଯ୍ୟ ହେଉଛି। ଗୋବରୀ ନଦକୂଳରେ କେତୋଟି ବେଆଇନ ଚିଙ୍ଗୁଡ଼ିଘେରି ଥିବାରୁ ତା’ର ଲୁଣିପାଣି ନଦୀ ବନ୍ଧରେ ଲିକ୍‌ ଯୋଗୁ ଏହା ଦୁର୍ବଳ ହେବାରେ ଲାଗିଛି। ଶନିବାର ହଠାତ୍‌ ଗୋବରୀ ନଦୀ ବନ୍ଧରୁ ୧୦୦ ଫୁଟ ଲମ୍ବର ଅତଡ଼ା ଧସିଛି। ଫଳରେ ବନ୍ଧର ସୁରକ୍ଷା ପାଇଁ ନିର୍ମିତ ପଥର ପ୍ୟାକିଂ ଧସି ନଦୀଗର୍ଭକୁ ଚାଲିଯାଇଛି। ଏଥିଯୋଗୁ କଂସାର ଓ ବଡ଼ଦାଣ୍ଡୁଆ ଗ୍ରାମ ପ୍ରତି ବିପଦ ସୃଷ୍ଟି ହୋଇଥିବାବେଳେ ସ୍ଥାନୀୟ ବାସିନ୍ଦା ଭୟଭୀତ ଅବସ୍ଥାରେ ଅଛନ୍ତି। ସାମାଜିକ କର୍ମୀ ସୁବାସ ସ୍ବାଇଁ, ଲକ୍ଷ୍ମୀକାନ୍ତ ସ୍ବାଇଁ କହିଛନ୍ତି, ଗୋବରୀ ନଦୀରେ ପ୍ରଖର ଅନ୍ତଃସ୍ରୋତ ଯୋଗୁ ଭଉଁରି ସୃଷ୍ଟିହୋଇ କୂଳ ଖାଇ ଜନବସତିମୁହଁା ହେଉଛି। ଗୋବରୀ ନଦୀ ପାଶର୍‌ବ ଚିଙ୍ଗୁଡିଘେରିକୁ ତୁରନ୍ତ ଉଚ୍ଛେଦ କରି ବଡ଼ ପ୍ରାଚୀର ନିର୍ମାଣ ହେଲେ ବନ୍ଧ ପ୍ରତି ବିପଦ ରହିବ ନାହିଁ। ଏ ସଂକ୍ରାନ୍ତରେ ଆଳିସ୍ଥିତ ନଦୀ ତଟବନ୍ଧ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସନ୍ଦୀପ କୁମାର ସାହୁଙ୍କୁ ପଚାରିବାରେ ଗୋବରୀ ନଦୀ ବନ୍ଧ ସୁରକ୍ଷା ପ୍ରତି ବିଭାଗ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଉଛି। ଏ ବିଷୟରେ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ଅବଗତ କରାଯାଇଛି ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri