Posted inଜାତୀୟ

ମହିଳା ଟ୍ରେନ୍ ଯାତ୍ରୀଙ୍କ ନିକଟରୁ ଶହେ ଜିଲୋଟିନ୍ ଛଡ, ୩୫୦ ଡିଟୋନେଟର ଜବତ

କୋଝିକୋଡ,୨୬ ।୨: କେରଳର କୋଝିକୋଡ ରେଲୱେ ଷ୍ଟେଶନରୁ ଜଣେ ମହିଳା ଯାତ୍ରୀଙ୍କ ନିକଟରୁ ୧୦୦ ଜିଲୋଟିନ ଛଡ ଓ ୩୫୦ ଡିଟୋନେଟର ଜବତ ହୋଇଥିବା ସୂଚନା ମିଳିଛି । ରେଲୱେ ସୁରକ୍ଷା ବଳ(ଆର୍‌ପିଏଫ୍‌) ଚେନ୍ନାଇ-ମଙ୍ଗଳପୁର ଏକ୍ସପ୍ରେସରେ ଯାତ୍ରା କରୁଥିବା ଜଣେ ମହିଳା ଯାତ୍ରୀଙ୍କଠାରୁ ଏହି ବିସ୍ଫୋରଣ ଜବତ କରିଛନ୍ତି । ରମଣି ନାମକ ଉକ୍ତ ମହିଳା ଜଣକ ତାମିଲନାଡୁ ବାସିନ୍ଦା ବୋଲି ଜଣାପଡିଛି । ସେ ଟ୍ରେନ୍ ସିଟ୍ ତଳେ ଏସବୁ ବିସ୍ଫୋରକ ନେଇ ଯାଉଥିବା ସ୍ୱୀକାର କରିଛନ୍ତି । ତେବେ ଆଗକୁ କେରଳରେ ନିର୍ବାଚନ ହେବାକୁ ଥିବା ବେଳେ ଜଣେ ମହିଳାଙ୍କ ନିକଟରୁ ଏତେ ପରିମାଣରେ ବିସ୍ଫୋରକ ଜବତ ହେବା ପୋଲିସକୁ ଚିନ୍ତାରେ ପକାଇ ଦେଇଛି । ପୋଲିସ ସବୁ ଦିଗକୁ ଲକ୍ଷ୍ୟ କରି ଏହାର ଯାଞ୍ଚ ଆରମ୍ କରିବା ସହ ମହିଳାଙ୍କୁ ଜେଲ ହାଜତକୁ ପଠାଇ ଦେଇଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri