Odisha Elections 2024

୧୦୦% ଗ୍ୟାରେଣ୍ଟି ଦେଉଛି, ଆମ ସରକାର ୧୫ ବର୍ଷରୁ ଅଧିକ ଶାସନ କରିବ: ଜୟଶଙ୍କର

ନୂଆଦିଲ୍ଲୀ/ଟୋକିଓ,୮।୩: ଭାରତର ବୈଦେଶିକ ମନ୍ତ୍ରୀ ଜାପାନ ଗସ୍ତରେ ଅଛନ୍ତି। ଜାପାନରେ ଏକ କାର୍ଯ୍ୟକ୍ରମ ସମୟରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି, ଆମ ସରକାର ୧୫ ବର୍ଷ କିମ୍ବା ତା’ଠାରୁ ଅଧିକ ସମୟ କ୍ଷମତାରେ ରହିବ। ମୋ ଏହା ଶତପ୍ରତିଶତ ବିଶ୍ୱାସ। ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ବିଷୟରେ ଜୟଶଙ୍କର ମଧ୍ୟ ଜବାବ ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ଏସ ଜୟଶଙ୍କର କହିଛନ୍ତି ଯେ, ଆମେ ଦେଶକୁ ୧୫ ବର୍ଷ ପାଇଁ ଏକ ସ୍ଥିର ସରକାର ଦେବୁ ଏବଂ ଏହା ଆହୁରି ଆଗକୁ ମଧ୍ୟ ସମ୍ଭବ ହୋଇପାରେ। ଜୟଶଙ୍କର ଦୂରଦୃଷ୍ଟିସମ୍ପନ୍ନ ତଥା ନିଷ୍ପତ୍ତି ନେଉଥିବା ସରକାରଙ୍କ ସଂଖ୍ୟାଗରିଷ୍ଠତା ହାସଲ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସୌଭାଗ୍ୟବଶତଃ ଭାରତର ବର୍ତ୍ତମାନର ସରକାର ସଂସଦରେ ଦେଶକୁ ବିକାଶ ପଥରେ ନେବାକୁ ଉଭୟ ଦୃଷ୍ଟିକୋଣ ଏବଂ ସଂଖ୍ୟାଗରିଷ୍ଠତା ପାଇଛନ୍ତି। ଏହା ବିଦେଶୀ ପୁଞ୍ଜି ବିନିଯୋଗ ଏବଂ ଦେଶକୁ ଆସୁଥିବା ବ୍ୟବସାୟ ଉପରେ ମଧ୍ୟ ପ୍ରଭାବ ପକାଇଥାଏ। ଆମ ସରକାର ୧୫ ବର୍ଷରୁ ଅଧିକ ସମୟ କ୍ଷମତାରେ ରହିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନାକୁ ମିଳିଲା ଇରାନ ରାଷ୍ଟ୍ରପତିଙ୍କ ମୃତ ଦେହ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି।...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ...

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri