ଅଟୋରୁ ୧୦୦ କେଜି ଗଞ୍ଜେଇ ଜବତ: ୨ ଜଣଙ୍କୁ ବାନ୍ଧିଲା ଅବକାରୀ ବିଭାଗ

କେସିଙ୍ଗା, ୨୮।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନା ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୦୦ କେଜି ଗଞ୍ଜେଇ ସହ ଗୋଟିଏ ପିସ୍ତଲ, ୫ଟି ଅଫୁଟା ଗୁଳି, ଗୋଟିଏ ଅଟୋରିକ୍ସା ଓ ଗୋଟିଏ ମୋବାଇଲ ଫୋନ ଜବତ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।
ସୂଚନା ଅନୁଯାୟୀ, କେସିଙ୍ଗା ଅବକାରୀ ଥାନାର ଓଆଇସି ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ଅବକାରୀ ବିଭାଗର ଏକ ଟିମ ଗତକାଲି ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟ ସମୟରେ ପେଟ୍ରୋଲିଂ କରୁଥିଲେ। ଏହି ସମୟରେ କେସିଙ୍ଗା ବ୍ଲକ୍‌ର ରଅମାଠ ଛକ ନିକଟରେ ଜାତୀୟ ରାଜପଥ-୫୯ର ପଲମ ଯିବା ରାସ୍ତାରେ ଥିବା ଟୋଲ୍ଗେଟ ନିକଟରେ ଏକ ଅଟୋରିକ୍ସାକୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ଅଟୋରିକ୍ସାରୁ ୧୦୦ କେଜି ଗଞ୍ଜେଇ ସହ ପିସ୍ତଲ, ୫ଟି ଅଫୁଟା ଗୁଳି ଓ ଗୋଟିଏ ମୋବାଇଲ ଫୋନ ମିଳିଥିଲା। ଏହାପରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିଲା।
ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗିରଫ ଦୁଇ ଅଭିଯୁକ୍ତ ହେଲେ ବିହାରର ଶ୍ରୀରାମ ଗୌଡ଼ (୩୦) ଏବଂ ବଲାଙ୍ଗିର ଜିଲା ତୁଷୁରା ଅଞ୍ଚଳର ଭୁଆଁନପଡ଼ା ଗ୍ରାମର ଭୋଳା ହରପାଳ (୩୫)। ଉଭୟଙ୍କୁ ଗିରଫ କରି ବୁଧବାର କୋର୍ଟକୁ ପଠାଯାଇଛି। ଏହି ଚଢ଼ାଉରେ କେସିଙ୍ଗା ଅବକାରୀ ଥାନାର ଓଆଇସି ମଳୟ କୁମାର ପ୍ରଧାନଙ୍କ ସହ ଅବକାରୀ କନଷ୍ଟେବଲ ସିଆରୀ ହରିଜନ, ମେଘନାଦ ବେହେରା, ସିଦ୍ଧାନ୍ତ ପଟ୍ଟନାୟକ ଓ କୀର୍ତ୍ତି ଜେନା ପ୍ରମୁଖ ସାମିଲ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଫେରିବେ ହରଦୀପ ପୁରୀ; ମନ୍ତ୍ରୀ ପଦ ଚାଲିଯିବା ନେଇ ଚାଲିଥିବା କଳ୍ପଜଳ୍ପନାର ଘଟିଲା ଅନ୍ତ

ନୂଆଦିଲ୍ଲୀ,୨୮।୧୦: ଭାରତୀୟ ଜନତା ପାର୍ଟି (BJP) କେନ୍ଦ୍ର ମନ୍ତ୍ରୀ ହରଦୀପ ପୁରୀଙ୍କୁ ମଧ୍ୟପ୍ରଦେଶରୁ ରାଜ୍ୟ ସଭା ପ୍ରାର୍ଥୀ ଭାବରେ ମନୋନୀତ କରିଛି, ଯାହା ଫଳରେ ସେ ମନ୍ତ୍ରୀ…

ICC ମାନ୍ୟତାରେ ବଡ଼ ପରିବର୍ତ୍ତନ: ତିନୋଟିଯାକ ଫର୍ମାଟରେ ଏକକାଳୀନ ବଦଳିଲା ନମ୍ବର ୧ ସ୍ଥାନ; ଶୀର୍ଷରେ ଅଭିଷେକ

ନୂଆଦିଲ୍ଲୀ,୨୮।୧୦: ସାମ୍ପ୍ରତିକ ICC ମାନ୍ୟତାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯେଉଁଥିରେ ତିନିଜଣ ଖେଳାଳି ନୂତନ ଭାବେ ବିଶ୍ୱର ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି।…

ପବନରେ ଉଡ଼ି ରାସ୍ତାରେ ପଡ଼ିଲା ଗଜଲକ୍ଷ୍ମୀ ପୂଜା ଗେଟ୍‌

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲାରେ ବୁଧବାର ମଧ୍ୟାହ୍ନରୁ ବର୍ଷା ଓ ପବନ ଲାଗି ରହିଛି। ଏହାରି ଭିତରେ ଜୁନାଗଡ଼ ସହର ବଡ଼ପଡ଼ା…

ଅଭିଷେକ-ବୈଭବଙ୍କ ବ୍ୟାଟିଂ ଦେଖି ତାଜୁବ୍ ପାକିସ୍ତାନ! କାନ ଧରି ପୂର୍ବତନ କ୍ରିକେଟର କହିଲେ….

ନୂଆଦିଲ୍ଲୀ,୨୮।୧୦ : ଭାରତୀୟ ଓପନରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଚକିତ ହୋଇଯାଇଛନ୍ତି ପାକିସ୍ତାନର ପୂର୍ବତନ କ୍ରିକେଟର । ଅଭିଷେକ ଶର୍ମା ଓ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ…

ସ୍ମୃତି ମନ୍ଧାନାଙ୍କ ପାଇଁ ୩.୪୦ କୋଟି ଟଙ୍କାର ବୋଲି; WPL ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ହେଲେ…

ନୂଆଦିଲ୍ଲୀ,୨୮।୧୦: ମହିଳା ପ୍ରିମିୟର ଲିଗ (WPL) ପାଇଁ ନିଲାମ ଆଜି କୋଚିରେ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ମୋଟ ୧୪୬ ଜଣ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ…

ବର୍ଷାରେ କାନ୍ଥ ଭୁଶୁଡ଼ି ଆହତ ମହିଳାଙ୍କୁ ଭେଟିଲେ ତହସିଲଦାର-ବିଡିଓ

ଖୋର୍ଦ୍ଧା,୨୮ା୧୦(ପ୍ରଭାତ ପାଣିଗ୍ରାହୀ): ଲଗାଣ ବର୍ଷା ଯୋଗୁ ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଅସରଳା ପଞ୍ଚାୟତର ଦିଆଁନିପାଟଣା ସାହିର ମଞ୍ଜୁଲତା ବରାଡ଼…

ଏତିକି ଟଙ୍କାର ଘରେ ରୁହନ୍ତି ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପାଟନା,୨୮।୧୦:କ୍ରିକେଟ ପଡ଼ିଆରେ ବଡ଼ ବଡ଼ ବୋଲରଙ୍କ ସାମ୍ନାରେ ନିର୍ଭୀକ ଭାବେ ବ୍ୟାଟିଂ କରି ଚର୍ଚ୍ଚାକୁ ଆସିଥିବା ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତା କେବଳ ତାଙ୍କ ରେକର୍ଡ ମଧ୍ୟରେ ସୀମିତ…

ପୁରୁଷୋତ୍ତମପୁରରେ ବାତ୍ୟାର ପ୍ରଭାବ: ଲଗାଣ ବର୍ଷା ସହ ପବନ, ଫସଲ ନଷ୍ଟ ଚିନ୍ତାରେ ଚାଷୀ

ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇ ଦିନ ହେଲା ବର୍ଷା ଲାଗି ରହିଛି। ଏଠାରେ ୮୮.୦ ମିଲିମିଟର ବର୍ଷା ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?