ଗଜପତିରୁ ବ୍ରହ୍ମପୁର ଦେଇ ଖୋର୍ଦ୍ଧା ଚାଲାଣ ବେଳେ ୧୦୦ କେଜି ଗଞ୍ଜେଇ ଜବତ, ୪ ଗିରଫ

ବ୍ରହ୍ମପୁର, ୨୨।୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ସଦର ରେଞ୍ଜ ଏସପି ପ୍ରବୀଣ କୁମାରଙ୍କ ନିର୍ଦ୍ଦେଶରେ ବ୍ରହ୍ମପୁର ସହର ପ୍ରବେଶ ପଥ ପୃଥକ ସ୍ଥାନରୁ ୧୦୦ କେଜି ଗଞ୍ଜେଇ ଜବତ ହୋଇଛି। ଦୁଇଟି ମାମଲାରେ ଦୁଇଟି ଗାଡ଼ି ଜବତ କରିବା ସହ ୪ଜଣ ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧିଛି। ଅଭିଯୁକ୍ତଙ୍କୁ ଜେରାବେଳେ ସେମାନେ ଉକ୍ତ ଗଞ୍ଜେଇ ଗଜପତିରୁ ଆଣି ବ୍ରହ୍ମପୁର ଦେଇ ଖୋର୍ଦ୍ଧା ଚାଲାଣ କରୁଥିଲେ ବୋଲି ପୋଲିସ ନିକଟରେ ସ୍ବୀକାର କରିଛନ୍ତି। ଇନ୍ସପେକ୍ଟର ଅର୍ଜୁନ ମଲିକଙ୍କ ନେତୃତ୍ୱରେ ଦୁଇଟି ଟିମ ଗଠନ କରାଯାଇ ସଦର ଥାନା ଅନ୍ତର୍ଗତ ଆମ୍ବଗଡ ଓ ଅନ୍ୟଟି ବଡବ୍ଜ଼ାର ଥାନା ଅନ୍ତର୍ଗତ ଫାଷ୍ଟଗେଟରେ ଯାନବାହନ ଯାଞ୍ଚ କରିଥିଲେ। ଆମ୍ବଗଡରେ ଚଢଉ କରି ଏକ ବୋଲେରୋ ସହ କ୍ରିଷ୍ଣା ବେହେରା ଓ ଏସ. ଅନିଲ କୁମାର ଦୋରାଙ୍କୁ ଗିରଫ କରିବା ସହ୫୦ କେଜି ଗଞ୍ଜେଇ ଜବତ କରିଥିଲା। ସେହିପରି ଅନ୍ୟ ଏକ ଟିମ ଫାଷ୍ଟଗେଟ ଛକରୁ ଏକ କାର ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ସେଥିରୁ ମଧ୍ୟ ୫୦ କେଜି ଗଞ୍ଜେଇ ଜବତ କରିଥିଲା। ୪ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଆଜିର ଏହି ଚଢଉରେ ଏସଆଇ ସଙ୍ଗୀତା ମହାପାତ୍ର, ସସ୍ମିତା ମଲିକ, ଏଏସଆଇ ସନ୍ତୋଷ କୁମାର ପାଢୀ, ଅଜୟ କୁମାର ସାହୁ, ସନ୍ତୋଷ କୁମାର ତ୍ରିପାଠୀ, କନେଷ୍ଟେବଳ, ମନୋରଞ୍ଜନ ମହାପାତ୍ର, ସରୋଜ କୁମାର ପରିଜା, ଦିବ୍ୟ ରଞ୍ଜନ କହଁର ଓ ଡ଼ି. ହରିବନ୍ଧୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି ୧୪.୨ କିଲୋଗ୍ରାମ ସିଲିଣ୍ଡର…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri