Posted inଖେଳ

୧୦୦ ମି. ବ୍ୟାକ୍‌ଷ୍ଟ୍ରୋକ୍‌ରେ ରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲିଆ ମହିଳା ସନ୍ତରଣକାରୀ

ଆଡିଲେଡ୍‌,୧୪।୬(ଏପି): ଅଷ୍ଟ୍ରେଲୀୟ ସନ୍ତରଣକାରୀ କୋଲି ମ୍ୟାକ୍‌କେଓନ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ ଇଭେଣ୍ଟରେ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ରବିବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ଅଲିମ୍ପିକ ଟ୍ରାଏଲ୍ସରେ ୧୯ ବର୍ଷୀୟ ମ୍ୟାକ୍‌କେଓନ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସାଉଥ୍‌ ଅଷ୍ଟ୍ରେଲିଆନ ଆକ୍ୱାଟିକ୍‌ ସେଣ୍ଟରରେ ସେ ୫୭.୪୫ ସେକେଣ୍ଡ ନେଇ ଏହି ସଫଳତା ପାଇଛନ୍ତି। ପୂର୍ବରୁ ଆମେରିକାର ରେଗାନ ସ୍ମିଥ୍‌ ୨୦୧୯ରେ ୫୭.୫୭ ସେକେଣ୍ଡ ସମୟ ନେଇ ରେକର୍ଡ ସୃଷ୍ଟି କରିଥିଲେ।
ମ୍ୟାକ୍‌କେଓନଙ୍କ ବାପା ଶୋଲଟୋ ଗତ ଅଗଷ୍ଟ ମାସରେ ବ୍ରେନ୍‌ କ୍ୟାନ୍ସରରେ ମୃତ୍ୟୁବରଣ କରିଥିଲେ। ଅସମୟରେ ପିତାଙ୍କ ଦେହାନ୍ତ ତାଙ୍କୁ ଭଲ ପ୍ରଦର୍ଶନ କରିବାକୁ ପ୍ରେରଣା ଯୋଗାଇଥିଲା ବୋଲି ସେ କହିଛନ୍ତି। ଆସନ୍ତା ମାସ ଟୋକିଓ ଅଲିମ୍ପିକ୍ସରେ ସେ ଏହି ସଫଳତା ଦୋହରାଇବା ଲକ୍ଷ୍ୟରେ ରହିଛନ୍ତି। ଆମେରିକୀୟ ତାରକା ସ୍ମିଥ୍‌ଙ୍କ ସହ ତାଙ୍କର ପ୍ରତିଦ୍ୱନ୍ଦ୍ୱିତା ହେବ। ଏମିଲି ସିବୋମ ୫୮. ୫୯ ସେକେଣ୍ଡ ସମୟ ନେଇ ମ୍ୟାକ୍‌କେଓନଙ୍କ ପଛକୁ ରହି ଦ୍ୱିତୀୟ ସ୍ଥାନରେ ରହିଥିଲେ ଓ ଚତୁର୍ଥ ଥର ପାଇଁ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri