ନବୀନ ପଟ୍ଟନାୟକଙ୍କ ଅଞ୍ଚଳରେ ୨୪ ବର୍ଷରେ ଘଟିଛି ୧୦୦ ହତ୍ୟା, କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୯:ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷରେ ୧୦୦ ହତ୍ୟା ଘଟିଛି। ୧୦୦ ହତ୍ୟା ମାମଲାରେ ମୋଟ ୩୨୮ ଜଣଙ୍କୁ ଗିରଫ କରାଯାଇଛି। ୧୦୦ ମାମଲାରୁ ୯ଟି ମାମଲାରେ ଦୋଷୀଙ୍କୁ ଦଣ୍ଡିତ କରାଯାଇଛି।୨୨ଟି ମାମଲାରେ ଦୋଷମୁକ୍ତ, ୬୯ ମାମଲା ବିଚାରାଧୀନ ରହିଛି।
ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ କଂଗ୍ରେସ ବିଧାୟକମାନେ ମଧ୍ୟ ବିଜେଡି ସଦସ୍ୟମାନଙ୍କ ସହ ନାରାବାଜୀ ଦେଇଥିଲେ। ସେସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ପ୍ରଶ୍ନର ଉତ୍ତର ଦେଉଥିଲେ। ହେଲେ ବିରୋଧୀଙ୍କ ହୋହଲ୍ଲା ଯୋଗୁ ବାଧ୍ୟହୋଇ ଦିନ ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ।
ଆଜି ବିଧାନସଭା ଆରମ୍ଭରେ ଦିବଙ୍ଗତ ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ବିନୀ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଥିଲେ। ତାପରେ ତାଙ୍କ ବିୟୋଗରେ ନୀରବ ପ୍ରାର୍ଥନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?