ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ

ଭୁବନେଶ୍ୱର,୨୩।୩: ଭାରତୀୟ ରେଲଓ୍ବେର ପ୍ରମୁଖ କ୍ଷେତ୍ର ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ ହୋଇଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ରେଲଓ୍ବେର ଓଡ଼ିଶା କ୍ଷେତ୍ରରେ ବର୍ତ୍ତମାନ ୨,୮୨୨ ରୁଟ୍‌ କିଲୋମିଟର ବ୍ରଡ୍‌ ଗେଜ୍‌ ନେଟ୍‌ୱର୍କ ରହିଛି, ଯାହାର ୧୦୦% ବିଦ୍ୟୁତୀକରଣ ସମ୍ପୂର୍ଣ୍ଣ ହୋଇଥିବା ଜଣାପଡ଼ିଛି। ବିଶେଷକରି ୧୦୦% ବିଦ୍ୟୁତୀକରଣ ଦ୍ୱାରା ରେଲଓ୍ବେର ଲାଇନ ହଲ୍‌ ଖର୍ଚ୍ଚ ପ୍ରାୟ ଅଢ଼େଇ ଗୁଣ ହ୍ରାସ ପାଇବ।

ସେହିଭଳି ହଲେଜ୍‌ କ୍ଷମତା ଅଧିକ ହେବା ସହ ସେକ୍ସନ କ୍ଷମତା ବୃଦ୍ଧି ପାଇବ। ଏପରିକି ଇଲେକ୍ଟ୍ରିକ ଲୋକୋର ପରିଚାଳନା ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ କମିବ। ଇନ୍ଧନ ଦକ୍ଷ ଓ ପରିବେଶ ଅନୁକୂଳ ପରିବହନ ମାଧ୍ୟମ ମିଳିବା ସହ ଅଶୋଧିତ ତୈଳ ଉପରେ ଆମଦାନୀ ହ୍ରାସ ପାଇବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ରେଲଓ୍ବେର ୧୦୦% ବିଦ୍ୟୁତୀକରଣ ନେଟ୍‌ୱର୍କ ନୀତି ଅନୁରୂପ ଭାବେ ନୂଆ ବ୍ରଡ୍‌ ଗେଜ୍‌ ନେଟ୍‌ୱର୍କକୁ ବିଦ୍ୟୁତୀକରଣ ସହ ମଞ୍ଜୁରି ଦିଆଯିବ। ଏପରିକି ଓଡ଼ିଶାର ରେଳ ନେଟ୍‌ୱର୍କ ପୂର୍ବତଟ ରେଳପଥ, ଦକ୍ଷିଣ ପୂର୍ବ ରେଳପଥ ଏବଂ ଦକ୍ଷିଣ ପୂର୍ବ କେନ୍ଦ୍ର ରେଳପଥ ପରିଚାଳନା ଅଧୀନରେ ଆସିଥାଏ।

ଓଡ଼ିଶାରୁ ଦେଶର ଅନ୍ୟ ପ୍ରାନ୍ତକୁ ଖଣିଜ ଦ୍ରବ୍ୟ, କୃଷି ଉତ୍ପାଦ ଏବଂ ଅନ୍ୟାନ୍ୟ ସାମଗ୍ରୀ ପରିବହନ କରିବା କ୍ଷେତ୍ରରେ ରେଳ ନେଟ୍‌ୱର୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ଓଡ଼ିଶାର ପ୍ରଥମ ରେଳଲାଇନ କଟକ-ଖୋର୍ଦ୍ଧା ରୋଡ୍‌-ପୁରୀ ମଧ୍ୟରେ ୧୮୯୭ରେ ନିର୍ମାଣ କରାଯାଇଥିଲା। ଅପରପକ୍ଷରେ ୨୦୩୦ ସୁଦ୍ଧା ନେଟ୍‌ ଜିରୋ କାର୍ବନ ଏମିଟର ବା ଶୂନ୍ୟ ଅଙ୍ଗାରକାମ୍ଳ ନିର୍ଗମନ ଲକ୍ଷ୍ୟ ହାସଲ ନିମନ୍ତେ ଭାରତୀୟ ରେଲଓ୍ବେର ପ୍ରୟାସ ଜାରି ରହିଛି। ଏହି କ୍ରମରେ ଓଡ଼ିଶା କ୍ଷେତ୍ରର ସମସ୍ତ ବ୍ରଡ୍‌ ଗେଜ୍‌ ରେଳଲାଇନର ୧୦୦% ପ୍ରତିଶତ ବିଦ୍ୟୁତୀକରଣ ସମ୍ପୂର୍ଣ୍ଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri