ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ

ଭୁବନେଶ୍ୱର,୨୩।୩: ଭାରତୀୟ ରେଲଓ୍ବେର ପ୍ରମୁଖ କ୍ଷେତ୍ର ଓଡ଼ିଶାରେ ଶତପ୍ରତିଶତ ବିଦ୍ୟୁତୀକରଣ ହୋଇଥିବା ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ରେଲଓ୍ବେର ଓଡ଼ିଶା କ୍ଷେତ୍ରରେ ବର୍ତ୍ତମାନ ୨,୮୨୨ ରୁଟ୍‌ କିଲୋମିଟର ବ୍ରଡ୍‌ ଗେଜ୍‌ ନେଟ୍‌ୱର୍କ ରହିଛି, ଯାହାର ୧୦୦% ବିଦ୍ୟୁତୀକରଣ ସମ୍ପୂର୍ଣ୍ଣ ହୋଇଥିବା ଜଣାପଡ଼ିଛି। ବିଶେଷକରି ୧୦୦% ବିଦ୍ୟୁତୀକରଣ ଦ୍ୱାରା ରେଲଓ୍ବେର ଲାଇନ ହଲ୍‌ ଖର୍ଚ୍ଚ ପ୍ରାୟ ଅଢ଼େଇ ଗୁଣ ହ୍ରାସ ପାଇବ।

ସେହିଭଳି ହଲେଜ୍‌ କ୍ଷମତା ଅଧିକ ହେବା ସହ ସେକ୍ସନ କ୍ଷମତା ବୃଦ୍ଧି ପାଇବ। ଏପରିକି ଇଲେକ୍ଟ୍ରିକ ଲୋକୋର ପରିଚାଳନା ଓ ରକ୍ଷଣାବେକ୍ଷଣ ଖର୍ଚ୍ଚ କମିବ। ଇନ୍ଧନ ଦକ୍ଷ ଓ ପରିବେଶ ଅନୁକୂଳ ପରିବହନ ମାଧ୍ୟମ ମିଳିବା ସହ ଅଶୋଧିତ ତୈଳ ଉପରେ ଆମଦାନୀ ହ୍ରାସ ପାଇବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ରେଲଓ୍ବେର ୧୦୦% ବିଦ୍ୟୁତୀକରଣ ନେଟ୍‌ୱର୍କ ନୀତି ଅନୁରୂପ ଭାବେ ନୂଆ ବ୍ରଡ୍‌ ଗେଜ୍‌ ନେଟ୍‌ୱର୍କକୁ ବିଦ୍ୟୁତୀକରଣ ସହ ମଞ୍ଜୁରି ଦିଆଯିବ। ଏପରିକି ଓଡ଼ିଶାର ରେଳ ନେଟ୍‌ୱର୍କ ପୂର୍ବତଟ ରେଳପଥ, ଦକ୍ଷିଣ ପୂର୍ବ ରେଳପଥ ଏବଂ ଦକ୍ଷିଣ ପୂର୍ବ କେନ୍ଦ୍ର ରେଳପଥ ପରିଚାଳନା ଅଧୀନରେ ଆସିଥାଏ।

ଓଡ଼ିଶାରୁ ଦେଶର ଅନ୍ୟ ପ୍ରାନ୍ତକୁ ଖଣିଜ ଦ୍ରବ୍ୟ, କୃଷି ଉତ୍ପାଦ ଏବଂ ଅନ୍ୟାନ୍ୟ ସାମଗ୍ରୀ ପରିବହନ କରିବା କ୍ଷେତ୍ରରେ ରେଳ ନେଟ୍‌ୱର୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ଓଡ଼ିଶାର ପ୍ରଥମ ରେଳଲାଇନ କଟକ-ଖୋର୍ଦ୍ଧା ରୋଡ୍‌-ପୁରୀ ମଧ୍ୟରେ ୧୮୯୭ରେ ନିର୍ମାଣ କରାଯାଇଥିଲା। ଅପରପକ୍ଷରେ ୨୦୩୦ ସୁଦ୍ଧା ନେଟ୍‌ ଜିରୋ କାର୍ବନ ଏମିଟର ବା ଶୂନ୍ୟ ଅଙ୍ଗାରକାମ୍ଳ ନିର୍ଗମନ ଲକ୍ଷ୍ୟ ହାସଲ ନିମନ୍ତେ ଭାରତୀୟ ରେଲଓ୍ବେର ପ୍ରୟାସ ଜାରି ରହିଛି। ଏହି କ୍ରମରେ ଓଡ଼ିଶା କ୍ଷେତ୍ରର ସମସ୍ତ ବ୍ରଡ୍‌ ଗେଜ୍‌ ରେଳଲାଇନର ୧୦୦% ପ୍ରତିଶତ ବିଦ୍ୟୁତୀକରଣ ସମ୍ପୂର୍ଣ୍ଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?