ଯୁଦ୍ଧରେ ପ୍ରତିଦିନ ୧୦୦ ୟୁକ୍ରେନ୍‌ ସୈନ୍ୟଙ୍କ ମୃତ୍ୟୁ ଘଟୁଛି, ଜିତି ପାରିବନି ରୁଷିଆ, କହିଲେ ଜେଲେନସ୍କି…

କ୍ୱିଭ୍‌, ୨।୬ : ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଦାବି କରିଛନ୍ତି ଯେ ପ୍ରତିଦିନ ଅତି କମରେ ୬୦ ରୁ ୧୦୦ ୟୁକ୍ରେନ ସୈନିକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୫୦୦ ପାଖାପାଖି ସୈନ୍ୟ ଆହତ ହେଉଛନ୍ତି। ବୁଧବାର ଆମେରିକାର ନ୍ୟୁଜମାକ୍ସକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ସେ ଏହି ଦାବି କରିଛନ୍ତି। ସେ କହିଛନ୍ତି ପରିସ୍ଥିତି ବହୁତ କଷ୍ଟସାଧ୍ୟ ରହିଛି।

ୟୁକ୍ରେନର ଡୋନେଟସ୍କ ଏବଂ ଲୁହାନସ୍କରେ ସବୁଠାରୁ କଷ୍ଟକର ପରିସ୍ଥିତି ସୃଷ୍ଟି ହୋଇଥିବା ସେ ସୂଚନା ଦେଇଛନ୍ତି। ୟୁକ୍ରେନ୍‌ର କ୍ଷତି ହେଉଥିଲେ ବି ରୁଷିଆ ଯୁଦ୍ଧରେ ଜିତି ପାରିବନି ବୋଲି ଜେଲେନସ୍କି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ଜେଲେନସ୍କି କହିଛନ୍ତି ଯେ ଯୁଦ୍ଧକ୍ଷେତ୍ରରୁ ମିଳୁଥିବା ଖବରରୁ ଜଣାପଡିଛି ଯେ ରୁଷିଆ ମଧ୍ୟ ବହୁତ କ୍ଷତି ହୋଇଛି। ରୁଷିଆର ରାଷ୍ଟ୍ରପତି ଭ୍ଳାଡିମିର ପୁଟିନଙ୍ପକ ୟୁକ୍ରେନ୍‌ ବିଜୟ ଆଶା କେବେ ମଧ୍ୟ ପୂରଣ ହୋଇ ପାରିବ ନାହିଁ।

ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ ପୁଟିନଙ୍କୁ ଏବେ ବି ବିଶ୍ୱ ସମର୍ଥନ କରୁଛି। କାରଣ ରୁଷିଆ ଉପରେ ପ୍ରତିବନ୍ଧକ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟକାରୀ ହୋଇନାହିଁ। ଗୋଟିଏ ଦେଶର ନେତାଙ୍କୁ ହତ୍ୟା କରିବା ଦୁର୍ବଳତାର ସଙ୍କେତ । ଯଦି ତୁମେ କଥାବାର୍ତ୍ତା କରିପାରିବ ନାହିଁ ତେବେ ଏହା ମଧ୍ୟ ଏକ ଦୁର୍ବଳତା ବୋଲି ଜେଲେନକ୍ସି କହିଛନ୍ତି। ଯୁଦ୍ଧ ଆରମ୍ଭ କରିବା ଏକ ଦୁର୍ବଳତା ଏବଂ ପୁଟିନ୍‌ ପୂର୍ବରୁ ଏହା ଦର୍ଶାଇଛନ୍ତି ଯେ ସେ ଜଣେ ଦୁର୍ବଳ ରାଜନେତା। ଏଭଳି କହି ଜେଲେନକ୍ସି ପୁଟିନ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri