ସ୍ଥାପନ ହେବ ୧ ହଜାର ଶୀତଳଭଣ୍ଡାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ପନିପରିବା ସଂରକ୍ଷଣ ପାଇଁ ରାଜ୍ୟରେ ୧୦୦୦ କ୍ଷୁଦ୍ର ଶୀତଳଭଣ୍ଡାର ନିର୍ମାଣ କରାଯିବ। ଗ୍ରାମାଞ୍ଚଳର ଯେଉଁ ସ୍ଥାନରେ ପନିପରିବା ଉତ୍ପାଦନ ଅଧିକ ହେଉଥିବ ସେଠାରେ ଏହି ଶୀତଳଭଣ୍ଡାର ସ୍ଥାପନ କରାଯିବ। ପ୍ରତ୍ୟେକ କେନ୍ଦ୍ରର ସଂରକ୍ଷଣ କ୍ଷମତା ୧୦ରୁ ୧୫ ମେଟ୍ରିକ୍‌ ଟନ ହେବ। ଗୁରୁବାର ଭୁବନେଶ୍ୱରଠାରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆୟୋଜିତ କୃଷି ଓଡ଼ିଶା ଅବସରରେ ବିଭାଗୀୟ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଶୀତଳଭଣ୍ଡାରଗୁଡ଼ିକ ସୌରଶକ୍ତି ଦ୍ୱାରା ପରିଚାଳିତ ହେବ। ମିଶନ ଶକ୍ତି ଗୋଷ୍ଠୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଅନ୍ୟ କୃଷି ସହ ଜଡ଼ିତ ସଂସ୍ଥାଗୁଡ଼ିକୁ ଏଥିରେ ସାମିଲ କରାଯିବ। ଭଣ୍ଡାରଗୁଡ଼ିକ ଆକାର ୧୦ରୁ ୧୫ ଫୁଟ ମଧ୍ୟରେ ହେବ। ୧୭ ଡିଗ୍ରୀ ତାପମାତ୍ରା ମଧ୍ୟରେ ପନିପରିବାକୁ ରଖାଯିବ। ଯେଉଁ ପରିବାଗୁଡ଼ିକ ଅଧିକ ଦିନ ରହିପାରିବ ସେଗୁଡ଼ିକୁ ସେଠାରେ ସଂରକ୍ଷିତ କରାଯିବ। ଏହା ଚାଷୀମାନଙ୍କୁ ସେମାନଙ୍କ ଆୟ ବୃଦ୍ଧି ଦିଗରେ ସହାୟକ ହେବ। ବଡ଼ ଶୀତଳଭଣ୍ଡାରଗୁଡ଼ିକ ସଫଳ ହେଉ ନ ଥିବାରୁ ଛୋଟ ଶୀତଳଭଣ୍ଡାର ଲକ୍ଷ୍ୟ ସଫଳ ହେବା ନେଇ କୃଷି ବିଭାଗ ଆଶା ରଖିଛି। ରାଜ୍ୟର ବିଭିନ୍ନ ଗ୍ରାମାଞ୍ଚଳରେ ଏହି ଶୀତଳଭଣ୍ଡାର ସ୍ଥାପନ କରାଯିବ। ଗୋଟିଏ ୟୁନିଟ୍‌ ପାଇଁ ପ୍ରାୟ ୧୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ଯୋଜନା ଓ ଜାତୀୟ ଉଦ୍ୟାନ କୃଷି ଯୋଜନା ଅର୍ଥରେ ଏହି ଛୋଟ ଶୀତଳଭଣ୍ଡାରଗୁଡ଼ିକ ନିର୍ମାଣ ହେବ। ସୌରଶକ୍ତିରେ ଚାଲୁଥିବାରୁ ଏହାକୁ ରକ୍ଷଣାବେକ୍ଷଣ କରିବାରେ ସେପରି କିଛି ସମସ୍ୟା ହେବ ନାହିଁ ବୋଲି ସଚିବ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ବରମୁଣ୍ଡା ପଡ଼ିଆଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡ଼ିଶା’ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ କୃଷକମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେଶନ ଓ ଫସଲ ବିବିଧତା ଉପରେ ଗୁରୁତ୍ୱାରୋପ କରି ଚାଷୀମାନଙ୍କୁ ନୂଆ ଜ୍ଞାନକୌଶଳ ବ୍ୟବହାର କରିବା ସହିତ ଅଧିକ ପରିମାଣରେ ଅଣଧାନ ଅର୍ଥକରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଟେକ୍ନୋଲୋଜି ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ମଧ୍ୟ ଟେକ୍ନୋଲୋଜିର ବହୁତ ଆବଶ୍ୟକତା ରହିଛି। ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଥିବାରୁ ସେ ଖୁସି ପ୍ରକାଶ କରିଛନ୍ତି। ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ଓ ନିଜ ରାଜ୍ୟର ଉନ୍ନତିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। କୃଷି ଓ କୃଷକମାନଙ୍କ ଉନ୍ନତି ରାଜ୍ୟ ସରକାରଙ୍କର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। କୃଷି କ୍ଷେତ୍ରରେ ଓଡ଼ିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି। ଖାଦ୍ୟରେ ଅଭାବ ଥିବା ଏକ ରାଜ୍ୟ ଖାଦ୍ୟ ଶସ୍ୟରେ ଏକ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛି ବୋଲି ସେ କହିଛନ୍ତି। କାଳିଆ ଯୋଜନା ଦ୍ବାରା ଚାଷୀମାନଙ୍କୁ ରୋଜଗାର ସୁରକ୍ଷା ମିଳିପାରିଛି ବୋଲି ପ୍ରକାଶ କରି ସେ କହିଲେ, ଫାର୍ମ ମେକାନାଇଜେଶନ ଉପରେ ଗୁରୁତ୍ୱ ଦିଆଯାଇ ଫସଲ ଉତ୍ପାଦକତା ବଢ଼ାଇବା ପାଇଁ ଉଦ୍ୟମ ଜାରି ରହିଛି। ପଣସ ମିଶନ, ଛତୁ ମିଶନ ଆଦି ସ୍ବତନ୍ତ୍ର ମିଶନ ଜରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ମିଲେଟ ମିଶନ ଆଜି ସାରା ଦେଶ ଓ ବିଶ୍ବର ଦୃଷ୍ଟି ଆକର୍ଷଣ କରିପାରିଛି। ଏହା ମିଶନ ଶକ୍ତି ମା’ମାନଙ୍କର ରୋଜଗାର ବଢ଼ାଇବାରେ ସହାୟକ ହୋଇପାରିଛି। ‘କୃଷି ଓଡ଼ିଶା’ରେ ଉପସ୍ଥିତ ଥିବା ଡବ୍ଲ୍ୟୁଏଫ୍‌ପି, ଆଇଏଫ୍‌ଏଡି ଏବଂ ଏଫ୍‌ଏଓ ଭଳି ସଂସ୍ଥାର ପ୍ରତିନିଧିମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଦେଇଛନ୍ତି। ଏହି ଅବସରରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି। କୃଷକମାନଙ୍କ ଆୟବୃଦ୍ଧିରେ କୃଷି ଆନୁଷଙ୍ଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡ଼ିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ ହୋଇପାରିବା ସହିତ ଚାଷୀମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଛନ୍ତି। ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ। କୃଷି ଓ କୃଷକ ସଶକ୍ତୀକରଣ ବିକାଶ ପ୍ରମୁଖ ସଚିବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।
ମୁଖ୍ୟମନ୍ତ୍ରୀ ଏକ ଗଛରେ ପାଣି ଦେଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା। ‘କୃଷି ଓଡ଼ିଶା’ ତିନି ଦିନ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷର ରାଜ୍ୟ କୃଷି ମହୋତ୍ସବର ଶୀର୍ଷକ ହେଉଛି ‘କୃଷି ବିକାଶରେ ନୂତନ ଜ୍ଞାନକୌଶଳ’।
ରାଜ୍ୟର ବିଭିନ୍ନ ସ୍ଥାନରୁ ଚାଷୀମାନେ ଏହି ମହୋତ୍ସବକୁ ଆସୁଛନ୍ତି। ବିଭିନ୍ନ କମ୍ପାନୀ ଦ୍ବାରା କୃଷି କ୍ଷେତ୍ରରେ ପ୍ରଦର୍ଶିତ ହେଉଥିବା ମେଶିନ ଓ ଯନ୍ତ୍ରାଂଶ ସମ୍ପର୍କରେ ସେମାନଙ୍କୁ ଅବଗତ କରାଯିବ। ପାରମ୍ପରିକ କୃଷି ବ୍ୟତୀତ ନୂତନ ଜ୍ଞାନକୌଶଳରେ କିପରି ଚାଷ କରାଯିବ ସେ ସମ୍ପର୍କରେ ଆଲୋଚନା ହେବ। ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ମଧ୍ୟ ସମୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri