୧୦୦୦ କୋଟି କ୍ଲବ୍‌ରେ ସାମିଲ ହେଲା ‘ପଠାନ’

ମୁମ୍ବାଇ: ସୁପରଷ୍ଟାର ଶାହାରୁଖ ଖାନଙ୍କ ଫିଲ୍ମ ‘ପଠାନ’ ଗୋଟିଏ ପରେ ଗୋଟିଏ ନୂଆ ମାଇଲଖୁଣ୍ଟ ହାସଲ କରୁଛି। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଶାହରୁଖ ଖାନଙ୍କ ଫିଲ୍ମ ୨୭ ଦିନରେ ୧୦୦୦ କୋଟି କ୍ଲବ୍‌ରେ ସାମିଲ ହୋଇଛି। ଶାହାରୁଖଙ୍କ ଫିଲ୍ମ ଦେଶରେ ୬୨୩ କୋଟି ଟଙ୍କା ସଂଗ୍ରହ କରିଥିବାବେଳେ ବିଦେଶରେ ୩୭୭ କୋଟି ଟଙ୍କା ଆୟ କରିଛି। ଯାହା ବିଶ୍ୱବ୍ୟାପୀ ୧୦୦୦ କୋଟି ସଂଗ୍ରହ କରିବାରେ ସଫଳ ହୋଇଛି।

ଏକ ରିପୋର୍ଟ ଅନୁଯାୟୀ, ଶାହାରୁଖଙ୍କ ଏହି ଚଳଚ୍ଚିତ୍ର ଭାରତରେ ପଞ୍ଚମ ଚଳଚ୍ଚିତ୍ର ହୋଇପାରିଛି, ଯାହା ୧୦୦୦ କୋଟିରୁ ଅତିକ୍ରମ କରିଛି। ଏହାପୂର୍ବରୁ ଆମୀର ଖାନଙ୍କ ‘ଡଙ୍ଗଲ’ ୧୯୬୮.୦୩ କୋଟି ରୋଜଗାର କରିଥିଲା। ତା’ପରେ ସାଉଥ ସୁପରଷ୍ଟାର ପ୍ରଭାସଙ୍କ ଫିଲ୍ମ ‘ବାହୁବଳୀ ୨’ ୧୭୪୭ କୋଟି, ତୃତୀୟରେ ୟଶଙ୍କ ଫିଲ୍ମ ‘କେଜିଏଫ -୨’ ୧୧୮୮ କୋଟି, ଚତୁର୍ଥରେ ଫିଲ୍ମ‘ ଆର୍‌ଆର୍‌ଆର୍‌’୧୧୭୪ କୋଟି ଟଙ୍କା ଆୟ କରିଥିଲା। ଏହାପରେ ଶାହାରୁଖଙ୍କ ଫିଲ୍ମ ୧୦୦୦ କୋଟି ରୋଜଗାର କରିଛି।

ଏହି ସପ୍ତାହରେ କାର୍ତ୍ତିକ ଆ୍ୟନଙ୍କ ଫିଲ୍ମ ’ଶେହଜାଦା’ ମୁକ୍ତିଲାଭ କରିଛି। ସେହି ସମୟରେ ମାର୍ଭେଲର ଆଣ୍ଟ-ମ୍ୟାନ ମଧ୍ୟ ମୁକ୍ତିଲାଭ କରିଥିଲା। ତେବେ ଏହା ସତ୍ତ୍ୱେ ‘ପଠାନ’ର ସଂଗ୍ରହ ଉପରେ କୌଣସି ପ୍ରଭାବ ଦେଖିବାକୁ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri