ଚାଇନା ବେଟିଂ ଆପ୍‌ରେ ୧୦୦୦ କୋଟିର କାରବାର;ମାମଲା ଉପରେ ଇଡି ନଜର

ନୂଆଦିଲ୍ଲୀ : ଚାଇନାର ଅନ୍‌ଲାଇନ ବେଟିଂ ବା ଜୁଆ ଆପ୍‌ ଦ୍ୱାରା ୧୦୦୦ କୋଟିର ଟ୍ରାଞ୍ଜାକଶନ ହୋଇଛି। ଏହି ମାମଲା ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତଦନ୍ତ କରୁଥିବା ଜଣାପଡିଛି। ପେଟିଏମ୍‌ ଏବଂ ଏଚ୍‌ଏସ୍‌ବିସି ବ୍ୟାଙ୍କ ଦ୍ୱାରା ଏହି ନେଣଦେଣ ହୋଇଛି। କେଉଁମାନଙ୍କ ନିକଟକୁ ଏହି ଅର୍ଥ ଆସିଛି ତା’ର ତଦନ୍ତ ଏହି ଏଜେନ୍ସି କରୁଥିବା ସୂଚନା ରହିଛି। ପେମେଣ୍ଟ ଗେଟ୍‌ଓ୍ବେର ବ୍ୟବହାର ବିଦେଶୀ ନେଣଦେଣ ଲାଗି କରାଯାଇଥିବା ଇଡି ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ହାଇଦ୍ରାବାଦର ବେଆଇନ ଅର୍ଥ କାରବାର ନିରୋଧ ଆଇନ ଅଦାଲତ ଏହି ମାମଲାରେ ଜଡିତ ଥିବା ଚାଇନା ନାଗରିକ ୟାନ୍‌ ହୋ ଏବଂ ତାଙ୍କର ଦୁଇ ସହଯୋଗୀ ଧୀରଜ ସରକାର ଓ ଅଙ୍କିତ କପୁରଙ୍କୁ ଆଠଦିନ ଲାଗି ଇଡି ହେପାଜତରେ ନେବା ଲାଗି ଅନୁମତି ଦେଇଛନ୍ତି। ଅନ୍‌ଲାଇନ ବେଟିଂ ଏବଂ ବେଆଇନ ଅର୍ଥ କାରବାର ମାମଲାରେ ଚଳିତ ମାସ ୧୫ ତାରିଖରେ ଏମାନଙ୍କୁ ଗିରଫ କରାଯାଇଥିଲା। ମାମଲାରେ ସମ୍ପୃକ୍ତ ଥିବା ବ୍ୟକ୍ତିବିଶେଷଙ୍କୁ ବର୍ତ୍ତମାନ ଚିହ୍ନଟ କରାଯାଉଛି। ସେହିଭଳି ପେଟିଏମ୍‌ରେ କାହାକୁ ଫାଇଦା ମିଳିଛି ସେ ନେଇ ମଧ୍ୟ ଖୋଳତାଡ଼ କରାଯାଉଛି। କମ୍ପାନୀର ନିର୍ଦ୍ଦେଶକଙ୍କୁ ମଧ୍ୟ ସମନ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri