ଚାଇନା ବେଟିଂ ଆପ୍‌ରେ ୧୦୦୦ କୋଟିର କାରବାର;ମାମଲା ଉପରେ ଇଡି ନଜର

ନୂଆଦିଲ୍ଲୀ : ଚାଇନାର ଅନ୍‌ଲାଇନ ବେଟିଂ ବା ଜୁଆ ଆପ୍‌ ଦ୍ୱାରା ୧୦୦୦ କୋଟିର ଟ୍ରାଞ୍ଜାକଶନ ହୋଇଛି। ଏହି ମାମଲା ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତଦନ୍ତ କରୁଥିବା ଜଣାପଡିଛି। ପେଟିଏମ୍‌ ଏବଂ ଏଚ୍‌ଏସ୍‌ବିସି ବ୍ୟାଙ୍କ ଦ୍ୱାରା ଏହି ନେଣଦେଣ ହୋଇଛି। କେଉଁମାନଙ୍କ ନିକଟକୁ ଏହି ଅର୍ଥ ଆସିଛି ତା’ର ତଦନ୍ତ ଏହି ଏଜେନ୍ସି କରୁଥିବା ସୂଚନା ରହିଛି। ପେମେଣ୍ଟ ଗେଟ୍‌ଓ୍ବେର ବ୍ୟବହାର ବିଦେଶୀ ନେଣଦେଣ ଲାଗି କରାଯାଇଥିବା ଇଡି ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ହାଇଦ୍ରାବାଦର ବେଆଇନ ଅର୍ଥ କାରବାର ନିରୋଧ ଆଇନ ଅଦାଲତ ଏହି ମାମଲାରେ ଜଡିତ ଥିବା ଚାଇନା ନାଗରିକ ୟାନ୍‌ ହୋ ଏବଂ ତାଙ୍କର ଦୁଇ ସହଯୋଗୀ ଧୀରଜ ସରକାର ଓ ଅଙ୍କିତ କପୁରଙ୍କୁ ଆଠଦିନ ଲାଗି ଇଡି ହେପାଜତରେ ନେବା ଲାଗି ଅନୁମତି ଦେଇଛନ୍ତି। ଅନ୍‌ଲାଇନ ବେଟିଂ ଏବଂ ବେଆଇନ ଅର୍ଥ କାରବାର ମାମଲାରେ ଚଳିତ ମାସ ୧୫ ତାରିଖରେ ଏମାନଙ୍କୁ ଗିରଫ କରାଯାଇଥିଲା। ମାମଲାରେ ସମ୍ପୃକ୍ତ ଥିବା ବ୍ୟକ୍ତିବିଶେଷଙ୍କୁ ବର୍ତ୍ତମାନ ଚିହ୍ନଟ କରାଯାଉଛି। ସେହିଭଳି ପେଟିଏମ୍‌ରେ କାହାକୁ ଫାଇଦା ମିଳିଛି ସେ ନେଇ ମଧ୍ୟ ଖୋଳତାଡ଼ କରାଯାଉଛି। କମ୍ପାନୀର ନିର୍ଦ୍ଦେଶକଙ୍କୁ ମଧ୍ୟ ସମନ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri