ରାଜ୍ୟରେ ଚାଲିବ ୧୦୦୦ ଇ-ବସ୍‌

ଭୁବନେଶ୍ୱର,୨୯ା୮(ବନ୍ଦନା ସେଠୀ): ଓଡ଼ିଶା ଇଲେକ୍ଟ୍ରିକ୍‌ ବସ୍‌ (ଇ-ବସ୍‌) ଚଳାଚଳରେ ଦେଶରେ ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏବେ ୪୫୦ଟି ଇ-ବସ୍‌ ଚଳାଚଳ କରୁଥିବାବେଳେ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ ଯୋଜନା କରାଯାଇଛି। ସହରଗୁଡିକୁ ସ୍ବଚ୍ଛ, ସ୍ମାର୍ଟ ଏବଂ ଅଧିକ ଯାତ୍ରୀ ଅନୁକୂଳ କରିବା ପାଇଁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗର ସୂଚନାନୁସାରେ, ଦେଶରେ ଏବେ ୧୪୩୨୯ଟି ଇ-ବସ୍‌ ଚଳାଚଳ କରୁଛି। ଦିଲ୍ଲୀରେ ସର୍ବାଧିକ ୩୫୬୪ ଇ-ବସ୍‌ ଚଳାଚଳ କରୁଥିବାବେଳେ ମହାରାଷ୍ଟ୍ରରେ ୩୨୯୬, କର୍ନାଟକରେ ୨୨୩୬ ଏବଂ ଉତ୍ତର ପ୍ରଦେଶରେ ୮୫୦ଟି ଇ-ବସ୍‌ ଚାଲୁଛି। ତେବେ ଓଡ଼ିଶା ସହରାଞ୍ଚଳରେ ପରିବେଶ ଅନୁକୂଳ ଗମନାଗମନ କ୍ଷେତ୍ରରେ ନିର୍ଣ୍ଣାୟକ ପଦକ୍ଷେପ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ (୩୯୧), ଆନ୍ଧ୍ର ପ୍ରଦେଶ (୨୩୮), ଛତିଶଗଡ଼ (୨୧୫) ଏବଂ ଝାଡ଼ଖଣ୍ଡ (୪୬)କୁ ଏ କ୍ଷେତ୍ରରେ ପଛରେ ପକାଇଛି। କେନ୍ଦ୍ର ସରକାର ପିଏମ୍‌-ଇ ବସ୍‌ ସେବା ଏବଂ ପିଏମ୍‌-ଇ-ଡ୍ରାଇଭ୍‌ ଭଳି ଯୋଜନା ଅଧୀନରେ ରାଜ୍ୟଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଓଡ଼ିଶାରେ ଆମ ବସ୍‌ ସେବା ପରିଚାଳନା କରୁଥିବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଏହି ସହାୟତାର ଲାଭ ଉଠାଇବାରେ ସକ୍ରିୟ ରହିଛି ଏବଂ ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ବ୍ରହ୍ମପୁର ଓ ଅନୁଗୋଳକୁ ଆମ ବସ୍‌ ସେବା ସମ୍ପ୍ରସାରଣ ପାଇଁ ପ୍ରସ୍ତୁତି ଚଳାଇଛି। ଆମ ବସ୍‌ ସେବାର ନିରବଚ୍ଛିନ୍ନ ପରିଚାଳନା ସୁନିଶ୍ଚିତ କରିବା ପାଇଁ କ୍ରୁଟ ଡିପୋ ଏବଂ ଟର୍ମିନାଲରେ ଚାର୍ଜିଂ ଷ୍ଟେଶନ ସ୍ଥାପନ କରାଯାଉଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶାର ସବୁଜ ଦୃଷ୍ଟିକୋଣ ଉପରେ ଆଲୋକପାତ କରି ଇ-ପରିବହନରେ ଓଡ଼ିଶାର ଦ୍ରୁତ ଅଗ୍ରଗତି ଉଭୟ ପରିବେଶ ଏବଂ ଲୋକଙ୍କ ପ୍ରତି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଥିବା କହିଛନ୍ତି। ଏବେ ଓଡ଼ିଶାରେ ଇ-ବସ୍‌ ମୁଖ୍ୟତଃ ଭୁବନେଶ୍ୱର, କଟକ ଏବଂ ପୁରୀର ଯାତ୍ରୀମାନଙ୍କୁ ସେବା ପ୍ରଦାନ କରୁଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri