ରାଜ୍ୟରେ ଚାଲିବ ୧୦୦୦ ଇ-ବସ୍‌

ଭୁବନେଶ୍ୱର,୨୯ା୮(ବନ୍ଦନା ସେଠୀ): ଓଡ଼ିଶା ଇଲେକ୍ଟ୍ରିକ୍‌ ବସ୍‌ (ଇ-ବସ୍‌) ଚଳାଚଳରେ ଦେଶରେ ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ରାଜ୍ୟରେ ଏବେ ୪୫୦ଟି ଇ-ବସ୍‌ ଚଳାଚଳ କରୁଥିବାବେଳେ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ ଯୋଜନା କରାଯାଇଛି। ସହରଗୁଡିକୁ ସ୍ବଚ୍ଛ, ସ୍ମାର୍ଟ ଏବଂ ଅଧିକ ଯାତ୍ରୀ ଅନୁକୂଳ କରିବା ପାଇଁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗର ସୂଚନାନୁସାରେ, ଦେଶରେ ଏବେ ୧୪୩୨୯ଟି ଇ-ବସ୍‌ ଚଳାଚଳ କରୁଛି। ଦିଲ୍ଲୀରେ ସର୍ବାଧିକ ୩୫୬୪ ଇ-ବସ୍‌ ଚଳାଚଳ କରୁଥିବାବେଳେ ମହାରାଷ୍ଟ୍ରରେ ୩୨୯୬, କର୍ନାଟକରେ ୨୨୩୬ ଏବଂ ଉତ୍ତର ପ୍ରଦେଶରେ ୮୫୦ଟି ଇ-ବସ୍‌ ଚାଲୁଛି। ତେବେ ଓଡ଼ିଶା ସହରାଞ୍ଚଳରେ ପରିବେଶ ଅନୁକୂଳ ଗମନାଗମନ କ୍ଷେତ୍ରରେ ନିର୍ଣ୍ଣାୟକ ପଦକ୍ଷେପ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ (୩୯୧), ଆନ୍ଧ୍ର ପ୍ରଦେଶ (୨୩୮), ଛତିଶଗଡ଼ (୨୧୫) ଏବଂ ଝାଡ଼ଖଣ୍ଡ (୪୬)କୁ ଏ କ୍ଷେତ୍ରରେ ପଛରେ ପକାଇଛି। କେନ୍ଦ୍ର ସରକାର ପିଏମ୍‌-ଇ ବସ୍‌ ସେବା ଏବଂ ପିଏମ୍‌-ଇ-ଡ୍ରାଇଭ୍‌ ଭଳି ଯୋଜନା ଅଧୀନରେ ରାଜ୍ୟଗୁଡ଼ିକୁ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଓଡ଼ିଶାରେ ଆମ ବସ୍‌ ସେବା ପରିଚାଳନା କରୁଥିବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଏହି ସହାୟତାର ଲାଭ ଉଠାଇବାରେ ସକ୍ରିୟ ରହିଛି ଏବଂ ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ବ୍ରହ୍ମପୁର ଓ ଅନୁଗୋଳକୁ ଆମ ବସ୍‌ ସେବା ସମ୍ପ୍ରସାରଣ ପାଇଁ ପ୍ରସ୍ତୁତି ଚଳାଇଛି। ଆମ ବସ୍‌ ସେବାର ନିରବଚ୍ଛିନ୍ନ ପରିଚାଳନା ସୁନିଶ୍ଚିତ କରିବା ପାଇଁ କ୍ରୁଟ ଡିପୋ ଏବଂ ଟର୍ମିନାଲରେ ଚାର୍ଜିଂ ଷ୍ଟେଶନ ସ୍ଥାପନ କରାଯାଉଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶାର ସବୁଜ ଦୃଷ୍ଟିକୋଣ ଉପରେ ଆଲୋକପାତ କରି ଇ-ପରିବହନରେ ଓଡ଼ିଶାର ଦ୍ରୁତ ଅଗ୍ରଗତି ଉଭୟ ପରିବେଶ ଏବଂ ଲୋକଙ୍କ ପ୍ରତି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଥିବା କହିଛନ୍ତି। ଏବେ ଓଡ଼ିଶାରେ ଇ-ବସ୍‌ ମୁଖ୍ୟତଃ ଭୁବନେଶ୍ୱର, କଟକ ଏବଂ ପୁରୀର ଯାତ୍ରୀମାନଙ୍କୁ ସେବା ପ୍ରଦାନ କରୁଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri