୫ ଜିଲାରୁ ଯିବେ ୧ ହଜାର ତୀର୍ଥଯାତ୍ରୀ

ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ)ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲାର ବରିଷ୍ଠ ନାଗରିକମାନେ ତୀର୍ଥ କରିବାକୁ ଯିବେ। ଉକ୍ତ ୫ ଜିଲାର ୧ ହଜାର ବରିଷ୍ଠ ନାଗରିକ ଏଥିରେ ସାମିଲ ହେବେ। ବ୍ରହ୍ମପୁର ରେଲୱେ ଷ୍ଟେଶନରୁ ଦେଶର ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଶ କରିବେ। ପ୍ରଥମ ତୀର୍ଥଯାତ୍ରା ଅକ୍ଟୋବର ୩୧ରୁ ଆରମ୍ଭ ହୋଇ ନଭେମ୍ବର ୫ରେ ଶେଷହେବ। ଏହି ସମୟରେ କନ୍ୟାକୁମାରୀ ଓ ତ୍ରିଭେନ୍ଦ୍ରମକୁ ତୀର୍ଥଯାତ୍ରୀ ଯିବେ। ଗଞ୍ଜାମ ଜିଲାରୁ ୫୪୮ ଜଣ, ଗଜପତିରୁ ୯୦, କନ୍ଧମାଳରୁ ୧୧୪, ବୌଦ୍ଧରୁ ୬୮ ଓ ନୟାଗଡରୁ ୧୫୦ ଜଣ ଯାତ୍ରା କରିବେ। ସେହିପରି ଦ୍ୱିତୀୟ ତୀର୍ଥଯାତ୍ରା ଜାନୁଆରୀ ୧୭ରୁ ଆରମ୍ଭ ହୋଇ ୨୨ରେ ଶେଷହେବ। ଏହି ସମୟରେ ବାରଣାସୀ ଓ ପ୍ରୟାଗରାଜ ସ୍ଥାନକୁ ତୀର୍ଥଯାତ୍ରୀ ଯିବେ। ଏଥିପାଇଁ ୩୦ ଜଣ ଏସ୍କର୍ଟ ଅଫିସର ନିଯୁକ୍ତ ହୋଇଛନ୍ତି। ଏନେଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କିଭଳି ସୁରୁଖୁରୁରେ ଏହା ସମାପନ ହେବ ସେ ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ତୀର୍ଥଯାତ୍ରୀମାନେ ଗୋଟିଏ ଦିନ ପୂର୍ବରୁ ବ୍ରହ୍ମପୁର ଆସିବେ। ଏଥିପାଇଁ ବ୍ରହ୍ମପୁର ଷ୍ଟେସନଠାରେ ପାଣି, ପାଇଖାନା ଆଦି ଆନୁସଙ୍ଗିକ ବ୍ୟବସ୍ଥା କରିବାକୁ କୁହାଯାଇଛି। ମେଡିକାଲ ଟିମ ମଧ୍ୟ ନିୟୋଜିତ ରହିବେ ବୋଲି କୁହାଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ଦେବବ୍ରତ ସାହୁ, ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣୀ, ଆରଟିଓ ମାନସ ରଞ୍ଜନ ସାହୁ, ପର୍ଯ୍ୟଟନ ଅଧିକାରୀ ବିନୋଦ ବେହେରା, ଜିଲା ସଂସ୍କୃତି ଅଧିକାରୀ, ବିଡ଼ିଓ ଓ ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri