Posted inଜାତୀୟ

ଆସାମରେ ରାହୁଲ ଗାନ୍ଧୀଙ୍କ ନାମରେ ହଜାରେ ଅଭିଯୋଗ

ଗୁଆହାଟି,୧୫।୨: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ‘ଭାରତର ଆତ୍ମା’ ଟୁଇଟ୍‌ ବିରୋଧରେ ଶହ ଶହ ଅଭିଯୋଗ ରୁଜୁ କରିଛନ୍ତି ଆସାମ ଭାଜପା ଓ ଏହାର ବିଭିନ୍ନ ସଂଗଠନ। ଓ୍ବେନାଡ୍‌ ଏମ୍‌ପିଙ୍କ ବିରୋଧରେ ‘ବାପ-ପୁଅ’ କମେଣ୍ଟ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱା ଶର୍ମାଙ୍କ ବିରୋଧରେ କଂଗ୍ରେସର ଛାତ୍ରୀଛାତ୍ର ସଂଗଠନ ଆନ୍ଦୋଳନ ଆରମ୍ଭ କରିଛି। ଏପରିକି ଏହି ସଂଗଠନ ପକ୍ଷରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଅନ୍ୟପକ୍ଷରେ ଭାଜପା ସଦସ୍ୟମାନେ ଅଭିଯୋଗ କରିଛନ୍ତି ଯେ, ରାହୁଲ ତାଙ୍କ ଟୁଇଟରେ ଦେଶର ଉତ୍ତରପୂର୍ବର କୌଣସି ରାଜ୍ୟ ବିଷୟରେ ଉଲ୍ଲେଖ ନ କରି ସେମାନଙ୍କୁ ଦେଶରୁ ପୃଥକ କରିଛନ୍ତି।

ବରିଷ୍ଠ କଂଗ୍ରେସ ନେତା ୧୦ ତାରିଖରେ ଟୁଇଟ୍‌ କରିଥିଲେ, “ଆମ ସଂଘରେ ହିଁ ଶକ୍ତି ଅଛି। ଆମର ସଂସ୍କୃତି, ବିଭିଧତା, ଭାଷା, ରାଜ୍ୟର ସଂଘ ରହିଛି। କଶ୍ମୀରଠାରୁ କେରଳ, ଗୁଜରାଟରୁ ପଶ୍ଚିମବଙ୍ଗ। ଭାରତ ଏହାର ସମସ୍ତ ରଙ୍ଗରେ ସୁନ୍ଦର। ଭାରତର ଆତ୍ମାକୁ ଅସମ୍ମାନିତ କର ନାହିଁ”।

ଆସାମ ବିଜଓ୍ବୋଇଏମ୍‌ ଏକ ବିବୃତିରେ ବରିଷ୍ଠ କଂଗ୍ରେସ ନେତା ନିଜ ଟୁଇଟ୍‌ ଜରିଆରେ ଭାରତର ବର୍ଣ୍ଣନା କଲା ବେଳେ ଉତ୍ତରପୂର୍ବ ରାଜ୍ୟକୁ ବାଦ ଦେଇଛନ୍ତି। ଏହା ଭାରତର ଭୌଗଳିକ ଅଖଣ୍ଡତା ଓ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିଛି। ଥାନାରେ କରାଯାଇଥିବା ଅଭିଯୋଗରେ ରାହୁଲ ପରୋକ୍ଷରେ ଚାଇନାର ଦାବିକୁ ସମର୍ଥନ କରିଛନ୍ତି। ଚାଇନା ଅରୁଣାଞ୍ଚଳ ପ୍ରଦେଶକୁ ନିଜର ଦାବି କରି ଆସୁଛି। ତାଙ୍କ ଟୁଇଟ୍‌ରେ ‘ବିଚ୍ଛିନ୍ନତାବାଦୀ ମାନସିକତା’ ପ୍ରକାଶ ପାଇଛି, ଯାହା ଏହି ପୁରୁଣା ଦଳର ଆଦର୍ଶକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?