୭ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର ସହ ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୦ ହଜାର ଟଙ୍କା

ପାରଳାଖେମୁଣ୍ଡି,୧୨ା୧(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରାଣୀପଦ୍ମାବତୀ ସାହିରୁ ବୁଧବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ସ୍ଥାନରୁ ଚୋରି ହୋଇଥିବାର ଜଣାପଡ଼ିଛି । ଘରମାଲିକ ରଞ୍ଜନ କୁମାର ରାଜ୍‌ଙ୍କ ସମେତ ତାଙ୍କ ପରିବାର ଲୋକେ କୌଣସି କାମରେ ପ୍ରାୟ ୧ଘଣ୍ଟା ପାଇଁ ଘରେ ଅନୁପସ୍ଥିତ ଥିବାର ସୁଯୋଗ ଉଣ୍ଡି ଦୁର୍ବୃତ୍ତ ଚୋରି କରି ନେଇଛନ୍ତି। ଘରର ପ୍ରବେଶ ଦ୍ୱାରରେ ତାଲା ପଡ଼ିଥିଲେ ମଧ୍ୟ ତାଲା ଭାଙ୍ଗି ଘର ଭିତରେ ପଶି ୩ ଆଲମିରାରୁ ୭ ଭରିରୁ ଊର୍ଦ୍ଧ୍ୱ ସୁନା ଅଳଙ୍କାର ସହ ନଗଦ ୧୦ ହଜାର ଟଙ୍କା ଚୋରି କରି ନେଇଯାଇଥିବାର ପ୍ରକାଶ। ତେବେ ରାଣୀପଦ୍ମାବତୀ ସାହି ଏକ ଜନଗହଳିପୂର୍ଣ୍ଣ ସାହି ତଥା ସନ୍ଧ୍ୟାରେ ଖୁବ୍‌ ଚଳପ୍ରଚଳ ଥିଲେ ମଧ୍ୟ ଦୁର୍ବୃତ୍ତ କିପରି ଚୋରି କଲେ ତାହା ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣା ସମ୍ପର୍କରେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଖବର ପାଇ ତଦନ୍ତ ଆରମ୍ଭ କରିଛି।

ଏହା ପୂର୍ବରୁ ୨୦୨୨ରେ ପାରଳାଖେମୁଣ୍ଡିର ବିଭିନ୍ନ ସ୍ଥାନରେ ଚୋରି ଘଟଣା ୩୬ରୁ ଅଧିକ ମାମଲା ପାରଳାଖେମୁଣ୍ଡି ଥାନାରେ ରୁଜୁ ହୋଇଛି କିନ୍ତୁ ଅଧିକାଂଶ ଘଟଣାରେ କୌଣସି ଠୋସ୍‌ ସୁରାକ୍‌ ପାଇ ପାରୁନାହିଁ ପାରଳାଖେମୁଣ୍ଡି ପୋଲିସ। ତେବେ ଏହି ଘଟଣାରେ ପୋଲିସକୁ ସଫଳତା ମିଳୁଛି କି ନାହିଁ ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri