୨୬,୭୨୨ ଏସ୍‌ଏଚ୍‌ଜିକୁ ୧୦୦୧ କୋଟିର ଋଣ

ଭୁବନେଶ୍ୱର,୭ା୧(ବ୍ୟୁରୋ): ଓଡ଼ିଶାର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଆରମ୍ଭ ହୋଇଛି ଏକ ସ୍ବର୍ଣ୍ଣିମ ଅଧ୍ୟାୟ। ଏଥିରେ ସହଯୋଗର ହାତ ବଢ଼ାଇଛି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ। ଏହି ବ୍ୟାଙ୍କ ପକ୍ଷରୁ ରାଜ୍ୟର ୨୬,୭୨୨ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କ ପାଇଁ ୧୦୦୧ କୋଟି ଟଙ୍କାର ଋଣ ପ୍ରଦାନ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟର ୨.୬୮ ଲକ୍ଷ ଏସ୍‌ଏଚ୍‌ଜି ସଦସ୍ୟା ଉପକୃତ ହେବେ। ଗୋଟିଏ ଦିନରେ କେବଳ ମା’ମାନଙ୍କ ପାଇଁ ଏତେ ବଡ଼ ଋଣ ପ୍ରଦାନ କାର୍ଯ୍ୟକ୍ରମ ପୂର୍ବରୁ କେବେ ହୋଇନାହିଁ। ଉପସ୍ଥିତ ଥିବା ୫ଟି ମିଶନ ଶକ୍ତି ଗୋଷ୍ଠୀକୁ ମୁଖ୍ୟମନ୍ତ୍ରୀ ୧୦ ଲକ୍ଷ ଲେଖା ଋଣ ପ୍ରଦାନ କରି କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମକୁ ଆଗେଇ ନେବା ଓ ଓଡ଼ିଶାର ରୂପାନ୍ତରରେ ଭାଗୀଦାର ହେବା ପାଇଁ ବ୍ୟାଙ୍କର୍ସମାନଙ୍କୁ ଆହ୍ବାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କୁ ସଶକ୍ତ କରିବାରେ ଓଡ଼ିଶା ଏକ ଆଗୁଆ ରାଜ୍ୟ। ଓଡ଼ିଶାର ଘରେ ଘରେ, ଗାଁ ଗାଁରେ ଆଜି ମିଶନ ଶକ୍ତି ତା’ର ଜୟଯାତ୍ରା ଜାରି ରଖିଛି। ଆଗାମୀ ଦିନରେ ଏହା ଆହୁରି ସଶକ୍ତ ହେବ ବୋଲି ସେ କହିଛନ୍ତି। ଜିଲାସ୍ତରୀୟ ଫେଡେରେଶନଗୁଡ଼ିକ ପାଇଁ ୧ କୋଟି ଏବଂ ବ୍ଲକସ୍ତରୀୟ ଫେଡେରେଶନ ପାଇଁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ୍‌ କରିବା ପାଇଁ ନିଷ୍ପତ୍ତି କରାଯାଇଛି। ଏହାସହିତ ମିଶନ ଶକ୍ତି ସଦସ୍ୟମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। ମିଶନ ଶକ୍ତି କାର୍ଯ୍ୟକ୍ରମରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ମେକ୍‌-ଇନ୍‌-ଓଡ଼ିଶା କାର୍ଯ୍ୟକ୍ରମରେ ଏହା ସବୁଠାରୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ପାଇଛି ଏବଂ ମା’ମାନଙ୍କୁ ୧୦୦୧କୋଟି ଟଙ୍କାର ଋଣ ବ୍ୟବସ୍ଥା କରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ବହୁମୁଖୀ ମୋବାଇଲ ଭ୍ୟାନ୍‌-କମ୍‌-ଏଟିଏମ୍‌କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଆର୍ଥିକ ଅନ୍ତର୍ଭୁକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଗ୍ରାମାଞ୍ଚଳରେ ବିଶେଷକରି ମହିଳାମାନଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିପାଇଁ ଗତ ୬ ବର୍ଷ ଧରି ଏହା ରାଜ୍ୟ ସରକାରଙ୍କଠାରୁ ଏକ୍ସିଲେନ୍ସ ଆଓ୍ବାର୍ଡ ମଧ୍ୟ ପାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି, ରାଜ୍ୟରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆଗକୁ ନେବା ପାଇଁ ହାରାହାରି ଋଣ ପରିମାଣ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ଉଦ୍ୟମ ଜାରି ରହିଛି। ଏଥିପାଇଁ ବ୍ୟାଙ୍କମାନେ ସହଯୋଗ କରିବାକୁ ସେ ପରାମର୍ଶ ଦେଇଥିଲେ। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ପାଇଁ ଆଜି ମିଶନ ଶକ୍ତି ଏକ ମହାଦ୍ରୁମରେ ପରିଣତ ହୋଇପାରିଛି। ମିଶନ ଶକ୍ତିର ସଦସ୍ୟମାନେ ଋଣ ପରିଶୋଧ କ୍ଷେତ୍ରରେ ବହୁତ ଆଗରେ ଅଛନ୍ତି। କାର୍ଯ୍ୟକ୍ରମରେ ଭାଗ ନେଇ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି, ମିଶନ ଶକ୍ତି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଭିନ୍ନ କ୍ଷେତ୍ରରେ ଯୋଗଦାନ ରଖି ମା’ମାନେ ନିଜର ଉପସ୍ଥିତି ଓ ମର୍ଯ୍ୟାଦା ଜାହିର କରିବେ। ଏ କ୍ଷେତ୍ରରେ ଆଜି ଆମେ ଅନେକ ପରିମାଣରେ ସଫଳ ହୋଇଛୁ। ଦିନ ଥିଲା ମା’ମାନେ ବ୍ୟାଙ୍କ କ’ଣ ଜାଣି ନ ଥିଲେ। ବ୍ୟାଙ୍କକୁ ଯିବାକୁ ଡରୁଥିଲେ। କାରଣ ଏହା ଥିଲା ପୁରୁଷମାନଙ୍କ କ୍ଷେତ୍ର। ଆଜି ବ୍ୟାଙ୍କ ଗାଁ ଗାଁ, ଘର ଘର ବୁଲି ମା’ ମାନଙ୍କୁ ଋଣ ଦେଉଛି। ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ। ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠାରେ ସ୍ବୟଂ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ଗୋଷ୍ଠୀକୁ ବ୍ୟାଙ୍କର୍ସମାନଙ୍କ ଋଣ ପ୍ରଦାନ କାର୍ଯ୍ୟକ୍ରମର ନିୟମିତ ସମୀକ୍ଷା କରନ୍ତି। ସେହିପରି ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିବାରେ ଓଡ଼ିଶା ପ୍ରଥମ ରାଜ୍ୟ। ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠାରେ ମା’ମାନଙ୍କୁ ୫ ବର୍ଷରେ ୫୦,୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରାଯିବ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ଦିଆଯିବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ଅଧ୍ୟକ୍ଷ ମୋହନ ଏମ୍‌ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜେନେରାଲ ମ୍ୟାନେଜର ବସନ୍ତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri