ଲାଗି ହେଲା ୧୦୦୮ ପ୍ରକାର ପ୍ରସାଦ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟସ୍ଥ ଶ୍ରୀ ଶ୍ରୀ ପୀତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ମା’ ବଗଳାମୁଖୀଙ୍କ ଜନ୍ମୋତ୍ସବ ଓ ନବମ ବାର୍ଷିକ ଉତ୍ସବ ପାଳିତ ହୋଇଛି। କୋଭିଡ୍‌ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ଧରି ଏହି ଉତ୍ସବ ନିରାଡ଼ମ୍ବର ଭାବେ ପାଳିତ ହୋଇଥିବା ବେଳେ କଟକଣା ଉଠିଯାଇଥିବାରୁ ଚଳିତବର୍ଷ ମହାଆଡ଼ମ୍ବରରେ ଆୟୋଜିତ ହୋଇଛି।
ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ମା’ ବଗଳାମୁଖୀଙ୍କ ଜନ୍ମ ଉତ୍ସବ ୩ ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଶତାଧିକ ଭକ୍ତଙ୍କ ଗହଣରେ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ୩ ଦିନ ବ୍ୟାପୀ ଚାଲିଥିବା ମହାଯଜ୍ଞରେ ପୂର୍ଣ୍ଣାହୂତି ପ୍ରଦାନ କରାଯାଇଛି। ସିଦ୍ଧ ମହାଶକ୍ତିପୀଠାଧୀଶ ଆଚାର୍ଯ୍ୟ ରବିନାରାୟଣ ମିଶ୍ର ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ବିଧିପୂର୍ବକ ସମାପନ ହୋଇଥିଲା। ଜନ୍ମୋତ୍ସବ ଅବସରରେ ମା’ଙ୍କୁ ୧୦୦୮ ପ୍ରକାର ବିଭିନ୍ନ ବ୍ୟଞ୍ଜନ, ମିଷ୍ଟାନ୍ନ, ଫଳମୂଳାଦି ପ୍ରସାଦ ଲାଗି କରାଯାଇଥିଲା। ଶ୍ରଦ୍ଧାଳୁମାନେ ପୀଠ ପରିସରରେ ଉପସ୍ଥିତ ରହି ନିଷ୍ଠାର ସହ ସମସ୍ତ ପ୍ରସାଦ ପ୍ରସ୍ତୁତ କରିଥିଲେ। ସାଧାରଣ ଜୀବନଯାପନରେ ବ୍ୟବହୃତ ସମସ୍ତ ପ୍ରକାର ସାତ୍ତ୍ୱିକ ଖାଦ୍ୟ ସାମଗ୍ରୀକୁ ପ୍ରସାଦ ରୂପେ ଅର୍ପଣ କରାଯାଇଥିଲା। ଏମିତିକି ଶତାଧିକ ପ୍ରକାର ମିଷ୍ଟାନ୍ନ ଓ ଚକୋଲେଟ୍‌ ମଧ୍ୟ ଏଥିରେ ସାମିଲ କରାଯାଇଥିଲା। ଜଣେ ମହିଳା ଭକ୍ତ ମା’ଙ୍କ ଜନ୍ମୋତ୍ସବ ପାଇଁ ବିଶାଳ କେକ୍‌ ପ୍ରସ୍ତୁତ କରିଥିବା ଦେଖିବାକୁ ମିଳିଥିଲା। ମହାଶକ୍ତିପୀଠ ପକ୍ଷରୁ ୩ଦିନ ଧରି ଭକ୍ତମାନଙ୍କ ନିମନ୍ତେ ସାମୂହିକ ପ୍ରସାଦସେବନ ବ୍ୟବସ୍ଥା କରାଯାଇଥିଲା। ଶୁକ୍ରବାର ସନ୍ଧ୍ୟାରେ ମହାଯଜ୍ଞରେ ପୂର୍ଣ୍ଣାହୁତି ପ୍ରଦାନ କରାଯାଇଥିଲା। ଏହାପରେ ବାଣ ରୋଷଣୀ ସହ ଯଜ୍ଞମଣ୍ଡପରୁ ମା’ ଶ୍ରୀ ମନ୍ଦିରକୁ ବିଜେ କରିବା ପରେ ମହାଆଳତୀ କରାଯାଇଥିଲା। ଏହାକୁ ଦେଖିବା ପାଇଁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ୩ଦିନ ବ୍ୟାପୀ ଚାଲିଥିବା ଉତ୍ସବରେ ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରୁ ବହୁ ଶ୍ରଦ୍ଧାଳୁ ମା’ ବଗଳାମୁଖୀଙ୍କୁ ଦର୍ଶନ କରି ନିଜ ପରିବାରର ମଙ୍ଗଳ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri