୫୦ ହଜାର ପିଲାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି

ଭୁବନେଶ୍ୱର,୩ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚତି ଜାତି, ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି। ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଅନ୍ୟ ଛାତ୍ରାବାସ ଉଦ୍‌ଘାଟନ, ହଷ୍ଟେଲରେ ରହୁଥିବା ୫.୭୫ ଲକ୍ଷ ଛାତ୍ରୀଛାତ୍ରଙ୍କୁ ମୋ ଛାତ୍ରାବାସ କାର୍ଡ, ୫୦ ହଜାର ଛାତ୍ରୀଛାତ୍ରଙ୍କୁ ବୃତ୍ତି, ମାତୃଭାଷାଭିତ୍ତିକ ଶିକ୍ଷାଦାନ ସହିତ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଶିକ୍ଷା ହେଉଛି ପରିବର୍ତ୍ତନର ଆଧାର। ଜନଜାତି ଭଉଣୀ, ଭାଇଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ଉପରେ ସବୁବେଳେ ଗୁରୁତ୍ୱ ଦେଇଛନ୍ତି। ପ୍ରାଥମିକ ଶିକ୍ଷା ପାଇଁ ମାତୃଭାଷା ସବୁଠାରୁ ଉତ୍ତମ। ବର୍ତ୍ତମାନ ଆରମ୍ଭ ହୋଇଥିବା ସଂହତି କାର୍ଯ୍ୟକ୍ରମ ଦ୍ୱାରା ଦେଢ ଲକ୍ଷ ପିଲା ସୁବାଧାରେ ପାଠ ପଢ଼ି ପାରିବେ। ସେହିପରି ଓଡ଼ିଶା ଷ୍ଟେଟ ସ୍କଲାରଶିପ ପୋର୍ଟାଲ ଜରିଆରେ ୫୦ ହଜାର ଛାତ୍ରୀଛାତ୍ରଙ୍କୁ ୧୦୧ କୋଟି ଟଙ୍କା ପରିମାଣର ବୃତ୍ତି ପିଲାଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରଦାନ କରାଯାଇଛି। ଅନୁସୂଚିତ ଜାତି, ଜନଜାତି ପିଲାମାନଙ୍କୁ ସହରର ଭଲ ସ୍କୁଲରେ ଶିକ୍ଷା ଦେବା ପାଇଁ ଆକାଂକ୍ଷା ଯୋଜନା ଚାଲୁଛି। ଏହି ଯୋଜନାରେ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ୩ଟି ଆକାଂକ୍ଷା ହଷ୍ଟେଲ ଉଦ୍‌ଘାଟନ କରିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ପିଲାମାନଙ୍କ ଦକ୍ଷତା ବିକାଶ ଆମର ଆଉ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର। ପ୍ରୟାସ ଯୋଜନାରେ ୭୫୦୦ରୁ ଅଧିକ ଏସ୍‌ଟି, ଏସ୍‌ସି ଓ ଓବିସି ପିଲାଙ୍କ ପାଇଁ ସେ ନିଯୁକ୍ତି ଭିତ୍ତିକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ସେହିପରି ଆପଦଗ୍ରସ୍ତ ଜନଜାତିଙ୍କ ଲାଗି ଆରମ୍ଭ ହୋଇଥିବା ପୃଷ୍ଟି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଛନ୍ତି, ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ଅଜିମ ପ୍ରେମଜୀ ଫିଲାନଥ୍ରପିକ ଇନିସିଏଟିଭର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଦ୍ୱାରା ଏଠାରେ ୩୫୦୦ ପିଭିଟିଜି ଗ୍ରାମରେ କାର୍ଯ୍ୟକାରୀ ହେବ। ଏହି କାର୍ଯ୍ୟକ୍ରମଗୁଡିକ ଦ୍ୱାରା ଆମର ଜନଜାତି, ଜାତି ପିଲାମାନେ ଆଗକୁ ବଢିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି, ଏହି କାର୍ଯ୍ୟକ୍ରମ ଦ୍ୱାରା ଜନଜାତି, ଜାତି ଛାତ୍ରୀଛାତ୍ରମାନେ ଆଗକୁ ବଢିବା ସହିତ ଓଡ଼ିଶାର ବିକାଶରେ ଯୋଗଦାନ ରଖିପାରିବେ । ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ରାଉରକେଲା ବିଧାୟକ ସାରଦା ନାୟକ ଏହି ଅବସରରେ ଯୋଗଦେଇଥିଲେ। ନବରଙ୍ଗପୁର ଏବଂ କେନ୍ଦୁଝରର ବୃତ୍ତି ପାଇଥିବା ୨ଜଣ ନିଜର ମତାମତ ରଖି ଏହାଦ୍ୱାରା ସେମାନଙ୍କ ଉଚ୍ଚଶିକ୍ଷାରେ ସୁବିଧା ହେବ ବୋଲି ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମର ସଞ୍ଚାଳନ କରିଛନ୍ତି। ବିଭାଗୀୟ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା ସ୍ବାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri