୨୪ ଘଣ୍ଟାରେ ୧୦୨ ପିଲା ପଜିଟିଭ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ଉପର ତଳ ହେଉଛି। କିନ୍ତୁ ପିଲାଙ୍କ ସଂକ୍ରମଣ ଏବେ ସମସ୍ତ ଚିନ୍ତା ବଢ଼ାଉଛି। ୭ ଦିନରେ ରାଜ୍ୟରେ ୭୯୪ ପିଲା କରୋନାରେ ସଂକ୍ରମଣ ହୋଇସାରିଲେଣି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୮ବର୍ଷରୁ କମ୍‌ ୧୦୨ ପିଲା ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ତୃତୀୟ ଲହର ନ ଆସୁଣୁ ପିଲାଙ୍କ ସଂକ୍ରମଣ ସଂଖ୍ୟା ଅଧିକ ରହିବା ଅଭିଭାବକଙ୍କ ନିଦ ହଜାଇ ଦେଇଛି। ରାଜ୍ୟରେ ପିଲାଙ୍କୁ ସଂକ୍ରମଣ ହେବା ନେଇ ଡିମ୍‌ଏ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ପିଲାମାନେ ଟିକା ନେଇ ନ ଥିବାରୁ ବୟସ୍କଙ୍କଠାରୁ ସେମାନଙ୍କୁ ସଂକ୍ରମଣ ହୋଇପାରେ। ପିଲାଙ୍କୁ ରକ୍ଷା କରିବା ପାଇଁ ସୋର୍ସକୁ ନିୟନ୍ତ୍ରଣ କରିବାକୁ ପଡ଼ିବ। ଏଥିରେ ଅଭିଭାବକଙ୍କ ବଡ଼ ଦାୟିତ୍ୱ ରହିଛି। ତେବେ ପିଲାଙ୍କ ସଂକ୍ରମଣ ହାର ଓ ତୀବ୍ରତା କମ୍‌ ରହିବ ବୋଲି ଆକଳନ କରାଯାଉଥିବା ଡିଏମ୍‌ଇଟି କହିଛନ୍ତି।

ଅପରପକ୍ଷେ ରାଜ୍ୟରେ ମଙ୍ଗଳବାର ଅପେକ୍ଷା ବୁଧବାର ପୁଣି ସଂକ୍ରମଣ ବଢ଼ିଥିବା ଦେଖାଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୪,୬୦୨ ନମୂନା ପରୀକ୍ଷା କରାଯାଇଥିବା ବେଳେ ୭୬୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ହାର ବଢ଼ି ୧.୧୮% ଛୁଇଁଛି। ତେବେ ସବୁଠାରୁ ବଡ଼ କଥା ହେଲା ସୋନପୁର ଜିଲାରେ ଦୈନିକ ସଂକ୍ରମଣ ହାର ତ ପ୍ରତିଶତ ଦେଖିବାକୁ ମିଳିଛି। ଜିଳାରେ ୩ଟି ନମୂନା ପରୀକ୍ଷା କରାଯାଇଥିଲା ଓ ୩ଟି ପଜିଟିଭ୍‌ ଥିବା ଜଣାପଡ଼ିଛି। ଖୋର୍ଦ୍ଧା ଜିଲାରେ ରାଜ୍ୟର ସର୍ବାଧିକ ୩୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ୧୧୯ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri