୨୪ ଘଣ୍ଟାରେ ୧୦୨ ପିଲା ପଜିଟିଭ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ଉପର ତଳ ହେଉଛି। କିନ୍ତୁ ପିଲାଙ୍କ ସଂକ୍ରମଣ ଏବେ ସମସ୍ତ ଚିନ୍ତା ବଢ଼ାଉଛି। ୭ ଦିନରେ ରାଜ୍ୟରେ ୭୯୪ ପିଲା କରୋନାରେ ସଂକ୍ରମଣ ହୋଇସାରିଲେଣି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୮ବର୍ଷରୁ କମ୍‌ ୧୦୨ ପିଲା ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ତୃତୀୟ ଲହର ନ ଆସୁଣୁ ପିଲାଙ୍କ ସଂକ୍ରମଣ ସଂଖ୍ୟା ଅଧିକ ରହିବା ଅଭିଭାବକଙ୍କ ନିଦ ହଜାଇ ଦେଇଛି। ରାଜ୍ୟରେ ପିଲାଙ୍କୁ ସଂକ୍ରମଣ ହେବା ନେଇ ଡିମ୍‌ଏ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ପିଲାମାନେ ଟିକା ନେଇ ନ ଥିବାରୁ ବୟସ୍କଙ୍କଠାରୁ ସେମାନଙ୍କୁ ସଂକ୍ରମଣ ହୋଇପାରେ। ପିଲାଙ୍କୁ ରକ୍ଷା କରିବା ପାଇଁ ସୋର୍ସକୁ ନିୟନ୍ତ୍ରଣ କରିବାକୁ ପଡ଼ିବ। ଏଥିରେ ଅଭିଭାବକଙ୍କ ବଡ଼ ଦାୟିତ୍ୱ ରହିଛି। ତେବେ ପିଲାଙ୍କ ସଂକ୍ରମଣ ହାର ଓ ତୀବ୍ରତା କମ୍‌ ରହିବ ବୋଲି ଆକଳନ କରାଯାଉଥିବା ଡିଏମ୍‌ଇଟି କହିଛନ୍ତି।

ଅପରପକ୍ଷେ ରାଜ୍ୟରେ ମଙ୍ଗଳବାର ଅପେକ୍ଷା ବୁଧବାର ପୁଣି ସଂକ୍ରମଣ ବଢ଼ିଥିବା ଦେଖାଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୪,୬୦୨ ନମୂନା ପରୀକ୍ଷା କରାଯାଇଥିବା ବେଳେ ୭୬୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ହାର ବଢ଼ି ୧.୧୮% ଛୁଇଁଛି। ତେବେ ସବୁଠାରୁ ବଡ଼ କଥା ହେଲା ସୋନପୁର ଜିଲାରେ ଦୈନିକ ସଂକ୍ରମଣ ହାର ତ ପ୍ରତିଶତ ଦେଖିବାକୁ ମିଳିଛି। ଜିଳାରେ ୩ଟି ନମୂନା ପରୀକ୍ଷା କରାଯାଇଥିଲା ଓ ୩ଟି ପଜିଟିଭ୍‌ ଥିବା ଜଣାପଡ଼ିଛି। ଖୋର୍ଦ୍ଧା ଜିଲାରେ ରାଜ୍ୟର ସର୍ବାଧିକ ୩୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ୧୧୯ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri