ଆଜି ରାଜ୍ୟରୁ ୧୦,୨୭୩ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୦୬୫ ଶିଶୁ

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୦,୨୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୯୬୨ ଜଣ ଚିହ୍ନଟ ହୋଇଥିବା ବେଳେ ୪୩୧୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୦୬୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୪୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରରୁ ୧୦୪୯ ଏବଂ କଟକରୁ ୮୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୮୫, ବାଲେଶ୍ୱର ୪୫୭,ବରଗଡ଼ ୧୦୨, ଭଦ୍ରକ ୧୦୨, ବଲାଙ୍ଗୀର ୧୯୧, ବୌଦ୍ଧ ୨୪, ଦେବଗଡ଼ ୨୩, ଢେଙ୍କାନାଳ ୬୯, ଗଜପତି ୧୨୬, ଗଞ୍ଜାମ ୫୫, ଜଗତସିଂହପୁର ୧୩୨, ଯାଜପୁର ୧୪୩, ଝାରସୁଗୁଡ଼ା ୨୦୨, କଳାହାଣ୍ଡି ୨୦୩, କନ୍ଧମାଳ ୨୬, କେନ୍ଦ୍ରାପଡ଼ା ୭୪, କେନ୍ଦୁଝର ୧୧୪, କୋରାପୁଟ ୧୮୬, ମାଲକାନଗିରି ୩୦, ମୟୂରଭଞ୍ଜ ୩୪୦, ନବରଙ୍ଗପୁର ୧୨୫, ନୟାଗଡ଼ ୧୨୧, ନୂଆପଡ଼ା ୪୫, ପୁରୀ ୨୬୯, ରାୟଗଡ଼ା ୧୮୩, ସମ୍ବଲପୁରରୁ ୫୨୯ ଏବଂ ସୋନପୁରରୁ ୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୯୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ରେ ପହଞ୍ଚିଥିବା ବେଳେ ୧୦,୫୦,୧୭୯ଜଣ ସୁସ୍ଥ ହୋଇଛନ୍ତି। ୫୩୧୭୧ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮,୪୭୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri