ଏକାମ୍ର ପାଇଁ ୧୦୩ କୋଟିର ପ୍ରକଳ୍ପ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଭୁବନେଶ୍ବର ଏକାମ୍ର ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧୀକରଣ ଆଦି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢ଼ିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ବରର ଗରିମା ଆହୁରି ବୃଦ୍ଧି ପାଇବ। ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସମ୍ପୂର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି। ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ। ବିକାଶ ଓ କଲ୍ୟାଣ ସରକାରଙ୍କ ମୁଖ୍ୟ ପରିଚୟ। ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି । ଏହି କାର୍ଯ୍ୟକ୍ରମରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ପ୍ରକଳ୍ପଗୁଡ଼ିକ ହେଲା ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳ ଯୋଗାଣ (ଡ୍ରିଙ୍କ୍‌ ଫ୍ରମ ୍‌ଟ୍ୟାପ୍‌), ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାଶର୍‌ବ କେନାଲ ବନ୍ଧରେ ୨ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିଷ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରାସ୍ତାରେ ବକ୍ସ କଲଭର୍ଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦାମାନଙ୍କର ଥଇଥାନ, ସମ୍‌ ହସ୍ପିଟାଲ ରାସ୍ତାର ଆଲୋକୀକରଣ, ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟାନଦୀ ଦକ୍ଷିଣ ବନ୍ଧର ସୁଦୃଢ଼ୀକରଣ ଓ ଉନ୍ନତୀକରଣ। ଏହି କାର୍ଯ୍ୟକ୍ରମରେ ବିଏମ୍‌ସି କମିଶନର ସଞ୍ଜୟ ସିଂ, ଖୋର୍ଦ୍ଧା ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri