ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ ଆସି ନିଜ ଘରୁ ମତଦାନ କରିପାରିବେ। ଏହି ପରିପ୍ରେକ୍ଷୀରେ ଜିଲାର ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ଅନ୍ତର୍ଗତ ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀରେ ‘ଘରୁ ମତଦାନ’ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଦେଶରେ ସାଧାରଣ ନିର୍ବାଚନରେ ୮୫ ବର୍ଷ ବୟସରୁ ଊର୍ଦ୍ଧ୍ୱ ବରିଷ୍ଠ ମତଦାତା ଓ ୪୦ ପ୍ରତିଶତରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମ ମତଦାତାଙ୍କ ପାଇଁ ହୋମ ଭୋଟିଂ ବ୍ୟବସ୍ଥା କରିବାକୁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଥିଲେ। ଫଳରେ ରାଜ୍ୟରେ ଶନିବାରଠାରୁ ଏହା ଆରମ୍ଭ ହୋଇଛି । ଏହି କ୍ରମରେ କୋରାପୁଟ ଜିଲାର ୫ଟି ବିଧାନସଭା ଓ ଗୋଟିଏ ଲୋକ ସଭା ଆସନରେ ରହିଥିବା ବରିଷ୍ଠ ନାଗରିକ ଓ ୪୭ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ନାଗରିକଙ୍କ ପାଇଁ ହୋମ ଭୋଟିଂ ଆରମ୍ଭ ହୋଇଛି । ସେମାନଙ୍କୁ ଭୋଟ ଦେବାକୁ ଆଉ ମତଦାନ କେନ୍ଦ୍ରକୁ ଯିବାକୁ ପଡିବ ନାହିଁ । ପୋଲିସ ଅଫିସରଙ୍କ ସହ ପୋଲିଂ ପାର୍ଟି, ମାଇକ୍ରୋ ଅବଜର୍ବଭର, ଏଜେଣ୍ଟ ଓ ଇଭିଏମ କମିଶନିଂ ଅଧିକାରୀ ଘର ଘର ବୁଲି ଭୋଟ ସଂଗ୍ରହ କରିବେ। ଶନିବାର ଏହି ପ୍ରକ୍ରିୟାରେ କୋରାପୁଟ ସହରର ବି. ଅନ୍ନପୂର୍ଣ୍ଣା ୧୦୩ ବର୍ଷୀୟା ବୃଦ୍ଧା ସାମିଲ ହୋଇଛନ୍ତି ।

ଜଣେ ଭୋଟର ଯଦି ପ୍ରଥମ ଥରରେ ମତଦାନ ସାବ୍ୟସ୍ତ କରି ନ ପାରନ୍ତି ତେବେ ତାଙ୍କୁ ଦ୍ବିତୀୟ ଥର ମତଦାନ କରିବାକୁ ସୁଯୋଗ ପ୍ରଦାନ କରାଯିବ ବୋଲି କୋରାପୁଟ ଜିଲାପାଳ ଭି.କିର୍ତ୍ତି. ଭାସନ କହିଛନ୍ତି। ଜିଲାରେ ରବିବାର ସୁଦ୍ଧା ୮୫ ଜଣ ବରିଷ୍ଠ ନାଗରିକ ଓ ୪୭ ଜଣ ଭିନ୍ନକ୍ଷମ ଏହି ସେବା ପାଇବାକୁ ଫର୍ମ ଦାଖଲ କରିଛନ୍ତି। ଯେଉଁମାନେ ଚାହିଁବେ ସେମାନେ ଉଦ୍ଧିଷ୍ଟ ଫର୍ମ ପୂରଣ କରି ଏହି ସେବା ପାଇପାରିବେ। ଏଥିସହ ଜିଲାରେ ପୋଷ୍ଟାଲ ଭୋଟ ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାରେ କାର୍ଯ୍ୟ କରୁଥିବା ପୋଲିସ କର୍ମଚାରୀ, ସୁରକ୍ଷା କର୍ମଚାରୀ, ସର୍ଭିସ ଭୋଟର, ଗଣମାଧ୍ୟମ ପ୍ରତିନିଧି ଏହି ପ୍ରକ୍ରିୟା ଅନୁସାରେ ମତଦାନ ସାବ୍ୟସ୍ତ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?