ଆଜି ରାଜ୍ୟରୁ ୧୦୩୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୩୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୭୯,୭୩୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୫୪ ଏବଂ ପୁରୀ, ଜଗତସିଂହପୁରରୁ ୮୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୪୮, ବାଲେଶ୍ୱର ୩୬, ବରଗଡ଼ ୮, ଭଦ୍ରକ ୪୭, ବଲାଙ୍ଗୀର ୪, ବୌଦ୍ଧ ୨, ଦେବଗଡ଼ ୮, ଢେଙ୍କାନାଳ ୨୫, ଗଜପତି ୬, ଗଞ୍ଜାମ ୮, ଯାଜପୁର ୪୩, ଝାରସୁଗୁଡ଼ା ୩, କଳାହାଣ୍ଡି ୬, କନ୍ଧମାଳ ୧୦, କେନ୍ଦ୍ରାପଡ଼ା ୧୮, କେନ୍ଦୁଝର ୨୩, କୋରାପୁଟ ୯, ମାଲକାନଗିରି ୬, ମୟୂରଭଞ୍ଜ ୨୦, ନବରଙ୍ଗପୁର ୬, ନୟାଗଡ଼ ୩୦, ନୂଆପଡ଼ା ୧, ରାୟଗଡ଼ା ୮, ସମ୍ବଲପୁର ୧୯, ସୋନପୁରରୁ ୧୦ ଏବଂ ସୁନ୍ଦରଗଡ଼ରୁ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୫୦।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୭୯,୭୩୭ରେ ପହଞ୍ଚିଥିବା ବେଳେ ୯,୫୮,୬୦୧ଜଣ ସୁସ୍ଥ ହୋଇଛନ୍ତି। ୧୫,୦୫୦ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri