ଗଞ୍ଜାମରେ କରୋନାରେ ମୃତ, ଆକ୍ରାନ୍ତଙ୍କ ପାଇଁ ୧୦୪ ଆମ୍ବୁଲାନ୍ସ: ୨୪ ଘଣ୍ଟିଆ ମନିଟରିଂ ସେଲ

ଛତ୍ରପୁର,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ଆକ୍ରାନ୍ତଙ୍କ ପାଇଁ ୧୦୪ ଟି ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସସ ବ୍ୟବସ୍ଥା କରାଯାଇଛି। ଜିଲାର ପ୍ରତିଟି ବ୍ଲକରେ ୪ଟି, ବ୍ରହ୍ମପୁର ମହାନଗର ନିଗମରେ ୪ ଏବଂ ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍ପିଟାଲ ଓ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟକୁ ୯ଟି ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ଏବଂ ଆଉ ୩ ଟି ଆମ୍ବୁଲାନ୍ସ ମହାପ୍ରୟାଣ ପାଇଁ ବ୍ୟବହାର କରାଯିବ। ଏ ଭଳି ସମୁଦାୟ ୧୦୪ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ଆଉ ୨୨ ଗୋଟି ଆମ୍ବୁଲାନ୍ସ ଯୋଗାଇ ଦିଆଯିବ । ଯେଉଁଥିରେ ଅକ୍ସିଜେନର ମଧ୍ୟ ସୁବିଧା ଉପଲବଧ ହେବ। ଏହି ସେବା ଗୁଡିକ ଉପଲବ୍ଧ ନିମନ୍ତେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଦିନରାତି (୨୪X୭) ମନିଟରିଂ ସେଲ କାର୍ଯ୍ୟ କରୁଛି । ଜନ ସାଧାରଣ କେବଳ କୋଭିଡ କାର୍ଯ୍ୟ ସକାଶେ ଫୋନ ନମ୍ବର ୦୬୮୧୧-୨୬୩୭୭୪ କୁ ଟେଲିଫୋନ କରି ଏହି ସେବା ହାସଲ କରିପାରିବେ । ଏହି ଆମ୍ବୁଲାନ୍ସରେ ଡ୍ରାଇଭର୍‌ ଓ ରୋଗୀଙ୍କ ମଧ୍ୟରେ ପାର୍ଟିଶନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri