ଭୂମିହୀନ ଚାଷୀଙ୍କ ପାଇଁ ‘ବଳରାମ’: ୭ ଲକ୍ଷ ଚାଷୀଙ୍କୁ ଦିଆଯିବ ୧୦୪୦ କୋଟି ଋଣ

ଭୁବନେଶ୍ୱର,୩।୭(ବ୍ୟୁରୋ): ଭୂମିହୀନ ଚାଷୀମାନଙ୍କୁ କୃଷିଋଣ ଯୋଗାଇ ଦେବାକୁ ରାଜ୍ୟ ସରକାର ବଳରାମ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ଚାଷୀମାନଙ୍କୁ ୧୦୪୦ କୋଟି ଟଙ୍କା ଋଣ ଯୋଗାଇ ଦିଆଯିବ। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ପ୍ରାୟ ୭ ଲକ୍ଷ ଚାଷୀଙ୍କୁ ଋଣ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି। ଜଏଣ୍ଟ୍‌ ଲିଆବିଲିଟି ଗ୍ରୁପ୍‌ (ଜେଏଲ୍‌ଜି) ମାଧ୍ୟମରେ ଭୂମିହୀନ ଚାଷୀମାନଙ୍କୁ ଋଣ ଦେବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସ୍ତରରେ ଇମେଜ ଏବଂ ଜିଲା ସ୍ତରରେ ଆତ୍ମା ସଂସ୍ଥା ଏହି କାର୍ଯ୍ୟକ୍ରମର ସଂଯୋଜନା କରିବେ। ଗ୍ରାମାଞ୍ଚଳ ଏବଂ ଛୋଟ ଛୋଟ ସହରାଞ୍ଚଳଗୁଡିକରେ ବିଭିନ୍ନ ବ୍ୟାଙ୍କ୍‌ ଏବଂ ପ୍ରାଥମିକ କୃଷି ସମବାୟ ସଂସ୍ଥାର ପ୍ରାୟ ୭୦୦୦ ଶାଖା ଥିବା ଜଣାପଡିଛି । ପ୍ରତି ବ୍ୟାଙ୍କ ଶାଖାକୁ ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଜେଏଲ୍‌ଜିଙ୍କୁ ଋଣ ଦେବା ପାଇଁ କୁହାଯାଇଛି ।
ଏହା ଫଳରେ ପ୍ରାୟ ୭୦,୦୦୦ ଗ୍ରୁପ୍‌ ଚଳିତ ବର୍ଷ କୃଷିଋଣ ପାଇପାରିବେ। ଗୋଟିଏ ଗ୍ରୁପ୍‌ରେ ୫ ଜଣ ଚାଷୀ ରହିବେ । ବର୍ଷକୁ ୩.୫ ଲକ୍ଷ ଚାଷୀ ହିସାବରେ ୨ ବର୍ଷ ମଧ୍ୟରେ ପ୍ରାୟ ୭ ଲକ୍ଷ ଭୂମିହୀନଙ୍କୁ କୃଷିଋଣ ଯୋଗାଇବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପ୍ରତି ଗ୍ରୁପ୍‌ ୧.୬୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇପାରିବେ । କୃଷକ ସାଥୀ ଏବଂ ଗ୍ରାମ କୃଷି କର୍ମଚାରୀମାନେ ଗ୍ରୁପ୍‌ ଗଠନ କରି ସେମାନଙ୍କୁ ବ୍ୟାଙ୍କଗୁଡ଼ିକ ସହ ସଂଯୋଜିତ କରିବେ।
ଋଣ ଯୋଗାଣ ଏବଂ ଋଣ ପୈଠ ଆଦିରେ ସହାୟତା କରିବେ । ଏହି କାର୍ଯ୍ୟ ପାଇଁ ସେମାନଙ୍କୁ ଜିଲାସ୍ତରୀୟ ଆତ୍ମା ସଂସ୍ଥା ମାଧ୍ୟମରେ ପ୍ରୋତ୍ସାହନ ଦେବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ଭୂମିହୀନ ଚାଷୀମାନଙ୍କୁ ଏହି ଋଣ ସାଧାରଣ କୃଷି ଋଣ ଆକାରରେ ଦିଆଯିବ । ଏହାର ସୁଧ ହାର ଏବଂ ସୁଧ ରିହାତି ଆଦି ରାଜ୍ୟ ସରକାରଙ୍କ କୃଷି ଋଣ ନିୟମ ଅନୁଯାୟୀ ହେବ। ନାବାର୍ଡାର ଓଡ଼ିଶା ମୁଖ୍ୟ ମହା ପ୍ରବନ୍ଧକ ଏ. ଚନ୍ଦ୍ରଶେଖର କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଏହି ଯୋଜନା ଏକ ଅଭିନବ ପ୍ରୟାସ । ଅନ୍ୟ କୌଣସି ରାଜ୍ୟରେ ଏହା କାର୍ଯ୍ୟକାରୀ ହୋଇନାହିଁ । ଏହି ଯୋଜନା ସଫଳ ହେଲେ ସମଗ୍ର ଦେଶ ପାଇଁ ଏକ ମଡେଲ୍‌ ହେବ।
ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଓ କୃଷକ ସଶକ୍ତୀକରଣ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଅଶୋକ ମୀନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri