ପ୍ରଥମ ତ୍ରୈମାସିକରେ ୧୦,୪୬୧କୋଟି ଲାଭ

ମୁମ୍ବାଇ,୧୦।୮: ଭାରତୀୟ ଜୀବନ ବୀମା ନିଗମ(ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିଗମର କାରବାର ଓ ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ୨୦୨୪-୨୫ ଆର୍ଥକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଆର୍ଥିକ ଫଳାଫଳ ନିଗମ ପକ୍ଷରୁ ଘୋଷଣା କରାଯାଇଛି। ୨୦୨୪ ଜୁନ୍‌ ଶେଷ ସୁଦ୍ଧା ନିଗମର ଟିକସ ପରବର୍ତ୍ତୀ ଲାଭ ୧୦,୪୬୧ କୋଟି ଟଙ୍କା ରହିଥିଲାବେଳେ ଗତ ଆର୍ଥିକ ବର୍ଷର ସମାନ ଅବଧିରେ ନିଗମର ଲାଭ ୯୫୪୪ କୋଟି ଟଙ୍କା ଥିଲା। ୨୦୨୩-୨୪ ଆର୍ଥିକ ବର୍ଷର ଟିକସ ପରବର୍ତ୍ତୀ ଲାଭ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷର ଟିକସ ପରବର୍ତ୍ତୀ ଲାଭ ପ୍ରାୟ ୧୦% (୯.୬୧%) ଅଭିବୃଦ୍ଧି ଘଟିଛି। ସେହିଭଳି ନିଗମର ସମ୍ପୂର୍ଣ୍ଣ ବଜାର ଅଂଶ (ଓଭରାଲ ଶେୟାର) ୬୪.୦୨% ହୋଇଥିଲାବେଳେ ବ୍ୟକ୍ତିଗତ କାରବାର ୩୯.୨୭% ଏବଂ ଗ୍ରୁପ୍‌ କାରବାର ୭୬.୫୯%ରେ ପହଞ୍ଚତ୍ଛି। ଅପରପକ୍ଷରେ ଏଲ୍‌ଆଇସି ପ୍ରଥମ ତ୍ରୈମାସିକ ଶେଷ ସୁଦ୍ଧା ମୋଟ ୧,୧୩,୭୭ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ମୋଟ ୯୮,୩୬୩ କୋଟି ଟଙ୍କାର ପ୍ରିମିୟମ ସଂଗ୍ରହ ହୋଇଥିଲା। ୨୦୨୩-୨୪ ଆର୍ଥିକ ବର୍ଷର ପ୍ରିମିୟମ ସଂଗ୍ରହ ପରିମାଣ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରିମିୟମ ସଂଗ୍ରହର ପରିମାଣ ପ୍ରାୟ ୧୬% (୧୫.୬୬%) ବୃଦ୍ଧି ପାଇଛି।
ଏ ସମ୍ପର୍କରେ ଏଲ୍‌ଆଇସିର ଏମ୍‌ଡି ତଥା ସିଇଓ ସିଦ୍ଧାର୍ଥ ମହାନ୍ତି କହିଥିଲେ, ଆମେ ଆମର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣାକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ତ୍ରୈମାସିକରେ ଆମର କାରବାର ଉତ୍ସାହଜନକ ରହିଛି। ପ୍ରଥମ ତ୍ରୈମାସିକ ଶେଷ ସୁଦ୍ଧା ଆମର ବଜାର ଅଂଶ ୬୪.୦୨% ବୃଦ୍ଧି ପାଇଛି। ଗତ ବର୍ଷ ଏହି ସମାନ ଅବଧି ମଧ୍ୟରେ ଆମର ବଜାର ଅଂଶ ୬୧.୪୨% ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?