୧୦୫ ଅତି ଉତ୍ତେଜନା ପ୍ରବଣ ବୁଥ୍‌ ଚିହ୍ନଟ

ନିମାପଡ଼ା,୧୬।୨(ଡି.ଏନ୍‌.ଏ.):  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନିମାପଡ଼ା ବ୍ଲକରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ୧୮ତାରିଖରେ ନିମାପଡ଼ା ବ୍ଲକର ୪ଟି ଜିଲା ପରିଷଦ ଜୋନ, ୩୨ ପଞ୍ଚାୟତର ୩୨ ସରପଞ୍ଚ, ୩୨ ସମିତିସଭ୍ୟ ପଦବୀ ପାଇଁ ନିର୍ବାଚନ ହେବ। ସେହିଭଳି ୪ ଜିଲା ପରିଷଦ ପଦବୀ ପାଇଁ ୧୮ଜଣ ପ୍ରାର୍ଥୀ, ସରପଞ୍ଚ ପଦ ପାଇଁ ୧୦୦ଜଣ ପ୍ରାର୍ଥୀ, ସମିତିସଭ୍ୟ ପାଇଁ ୯୩ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ଏହି ବ୍ଲକର ୮୧,୬୪୪ଜଣ ପୁରୁଷ ଭୋଟର, ୭୬,୦୮୮ଜଣ ମହିଳା ଭୋଟର ମୋଟରେ ୧, ୫୭, ୭୩୬ ଜଣ ମତଦାତା ନିଜ ମତଦାନ ସାବ୍ୟସ୍ତ କରିବେ। ଏହି ନିର୍ବାଚନ ପାଇଁ ମୋଟରେ ୪୮୧ ବୁଥ ରହିଥିବା ବେଳେ ୭ଟି ଅସ୍ଥାୟୀ ବୁଥ୍‌ ମଧ୍ୟ ରହିଛି। ଏହି ବୁଥ୍‌ଗୁଡ଼ିକ ମଧ୍ୟରୁ ୧୦୫ଟି ବୁଥ୍‌ ଅତି ଉତ୍ତେଜନାପ୍ରବଣ ବୁଥ୍‌ ଭାବେ ଚିହ୍ନଟ ହୋଇଥିବା ବ୍ଲକ କାର୍ଯ୍ୟାଳୟ ସୂତରୁ ସୂଚନା ମିଳିଛି। ଅସ୍ଥାୟୀ ବୁଥଗୁଡ଼ିକର ନିରାପତ୍ତା ଓ ଅତିଉତ୍ତେଜନାପ୍ରବଣ ବୁଥ୍‌ ପ୍ରତି ଧ୍ୟାନ ଦେବାକୁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିବା ବିଡିଓ ତଥା ବ୍ଲକ ନିର୍ବାଚନ ଅଧିକାରୀ ବସନ୍ତ କୁମାର ମଲ୍ଲିକ କହିଛନ୍ତି। ଏହି ବ୍ଲକ ପାଇଁ ୧,୯୨୪ ଜଣ ପ୍ରିଜାଇଡିଂ ଅଫିସର, ଫାଷ୍ଟ ଓ ସେକେଣ୍ଡ ପୋଲିଂ ଅଫିସର, ୪ର୍ଥ ଶ୍ରେଣୀ କର୍ମଚାରୀ ଆଦି ନିୟୋଜିତ ହେବେ ବୋଲି ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri