ନୂଆ ରୂପରେ ୧୦୫ ସ୍କୁଲ

ଢେଙ୍କାନାଳ ଅଫିସ୍‌, ୪।୬ ବଦଳିଛି ବିଦ୍ୟାଳୟ ରୂପରେଖ। ସଜଡ଼ାଯାଇଛି ଭିତ୍ତିଭୂମି। ପରିବର୍ତ୍ତନ ହୋଇଛି ପରିବେଶ। ବାରଣ୍ଡାରୁ ବଗିଚା, ସ୍ମାର୍ଟ ଶ୍ରେଣୀଗୃହଠାରୁ ଆରମ୍ଭ କରି ଲାବୋରେଟୋରି ଯାଏ ସବୁକିଛି ଚମକୁଛି। ଏଭଳି ଉନ୍ନତଧରଣର ବିଦ୍ୟାଳୟରେ ପାଠ ପଢ଼ିବାର ସୁଯୋଗ ପାଇଥିବାରୁ ଏହାକୁ ନେଇ ଉତ୍ସାହିତ ଅଛନ୍ତି ଢେଙ୍କାନାଳ ଜିଲାର ୧୦୫ ସ୍କୁଲର ଛାତ୍ରୀଛାତ୍ର।
‘୫-ଟି’ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଢେଙ୍କାନାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟରେ ନୂଆ ରୂପ ନେଇଛି ୧୦୫ ବିଦ୍ୟାଳୟ। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହାକୁ ଭର୍ଚୁଆଲ୍‌ ମୋଡ୍‌ରେ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ପୌରାଞ୍ଚଳର ୮ନଂ. ୱାର୍ଡ ମହିଷାପାଟସ୍ଥିତ ଆଦର୍ଶ ସ୍କୁଲ ପରିସରରେ ସ୍ବତନ୍ତ୍ର ସମାରୋହର ଆୟୋଜନ କରାଯାଇଥିଲା। ଖଣିମନ୍ତ୍ରୀ ତଥା କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କହିଲେ, ସରକାରୀ ସ୍କୁଲ ପ୍ରତି ଯେତେବେଳେ ସମସ୍ତେ ମୁହଁ ମୋଡୁଥିଲେ, ସେତେବେଳେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଉନ୍ନତୀକରଣ ଭଳି ଐତିହାସିକ ନିଷ୍ପତ୍ତି ନେଇଥିଲେ। ଏବେ ସରକାରୀ ସ୍କୁଲର ବାତାବରଣ ବଦଳିଛି। ପିଲାମାନଙ୍କ ପାଠପଢ଼ିବା ପ୍ରତି ଆଗ୍ରହ ସୃଷ୍ଟି ହୋଇଛି ବୋଲି ମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ଏମ୍‌ପି ମହେଶ ସାହୁ, ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ବିଧାୟକ ସୁଧୀର କୁମାର ସାମଲ, ବିଧାୟିକା ସୀମାରାଣୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳ ସରୋଜ କୁମାର ସେଠୀ କହିଲେ, ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଶିକ୍ଷା ଓ ଶିକ୍ଷାୟତ୍ତନ ପାଇଁ ପରିବର୍ତ୍ତନର ପର୍ବ। ଏଥିପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଜିଲାର ୪୧ ବିଦ୍ୟାଳୟ ଏଥିରେ ସାମିଲ ହୋଇସାରିଛନ୍ତି। ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ସମେତ ଜିଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri