ନୂଆ ରୂପରେ ୧୦୫ ସ୍କୁଲ

ଢେଙ୍କାନାଳ ଅଫିସ୍‌, ୪।୬ ବଦଳିଛି ବିଦ୍ୟାଳୟ ରୂପରେଖ। ସଜଡ଼ାଯାଇଛି ଭିତ୍ତିଭୂମି। ପରିବର୍ତ୍ତନ ହୋଇଛି ପରିବେଶ। ବାରଣ୍ଡାରୁ ବଗିଚା, ସ୍ମାର୍ଟ ଶ୍ରେଣୀଗୃହଠାରୁ ଆରମ୍ଭ କରି ଲାବୋରେଟୋରି ଯାଏ ସବୁକିଛି ଚମକୁଛି। ଏଭଳି ଉନ୍ନତଧରଣର ବିଦ୍ୟାଳୟରେ ପାଠ ପଢ଼ିବାର ସୁଯୋଗ ପାଇଥିବାରୁ ଏହାକୁ ନେଇ ଉତ୍ସାହିତ ଅଛନ୍ତି ଢେଙ୍କାନାଳ ଜିଲାର ୧୦୫ ସ୍କୁଲର ଛାତ୍ରୀଛାତ୍ର।
‘୫-ଟି’ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଢେଙ୍କାନାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟରେ ନୂଆ ରୂପ ନେଇଛି ୧୦୫ ବିଦ୍ୟାଳୟ। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହାକୁ ଭର୍ଚୁଆଲ୍‌ ମୋଡ୍‌ରେ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ପୌରାଞ୍ଚଳର ୮ନଂ. ୱାର୍ଡ ମହିଷାପାଟସ୍ଥିତ ଆଦର୍ଶ ସ୍କୁଲ ପରିସରରେ ସ୍ବତନ୍ତ୍ର ସମାରୋହର ଆୟୋଜନ କରାଯାଇଥିଲା। ଖଣିମନ୍ତ୍ରୀ ତଥା କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କହିଲେ, ସରକାରୀ ସ୍କୁଲ ପ୍ରତି ଯେତେବେଳେ ସମସ୍ତେ ମୁହଁ ମୋଡୁଥିଲେ, ସେତେବେଳେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଉନ୍ନତୀକରଣ ଭଳି ଐତିହାସିକ ନିଷ୍ପତ୍ତି ନେଇଥିଲେ। ଏବେ ସରକାରୀ ସ୍କୁଲର ବାତାବରଣ ବଦଳିଛି। ପିଲାମାନଙ୍କ ପାଠପଢ଼ିବା ପ୍ରତି ଆଗ୍ରହ ସୃଷ୍ଟି ହୋଇଛି ବୋଲି ମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ଏମ୍‌ପି ମହେଶ ସାହୁ, ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ବିଧାୟକ ସୁଧୀର କୁମାର ସାମଲ, ବିଧାୟିକା ସୀମାରାଣୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଜିଲାପାଳ ସରୋଜ କୁମାର ସେଠୀ କହିଲେ, ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଶିକ୍ଷା ଓ ଶିକ୍ଷାୟତ୍ତନ ପାଇଁ ପରିବର୍ତ୍ତନର ପର୍ବ। ଏଥିପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଜିଲାର ୪୧ ବିଦ୍ୟାଳୟ ଏଥିରେ ସାମିଲ ହୋଇସାରିଛନ୍ତି। ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ସମେତ ଜିଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri